ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପ୍ରକାଶ ପାଇଲା ଏକାଡେମିକ୍‌ କ୍ୟାଲେଣ୍ଡର, ସ୍କୁଲରେ ମେ ୬ରୁ ଖରା ଛୁଟି

Published By : Rasmita Pradhan | April 16, 2025 8:05 AM

ଭୁବନେଶ୍ୱର, ୧୬/୦୪ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । 

ଏବର୍ଷ ୨୩୧ଟି କାର୍ଯ୍ୟଦିବସ ଅଛି। ଅର୍ଥାତ୍‌ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି । ଏପ୍ରିଲ ମାସରେ ୨୨ଟି କାର୍ଯ୍ୟଦିବସ ରହିଥିବା ବେଳେ ମେ’ରେ ୪ଟି, ଜୁନରେ ୮ଟି, ଜୁଲାଇରେ ୨୬, ଅଗଷ୍ଟରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି । ସେହିପରି ସେପ୍ଟେମ୍ୱରରେ ୨୩, ଅକ୍ଟୋବରରେ ୨୦, ନଭେମ୍ୱରରେ ୨୧, ଡିସେମ୍ୱରରେ ୧୮, ଜାନୁଆରୀରେ ୨୩, ଫେବ୍ରୁଆରୀରେ ୨୪ ଓ ମାର୍ଚ୍ଚରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି।

ଏହି ଖବରଟିକୁ ପଢନ୍ତୁ-IMDର ଆକଳନ : ଏଥର ରାଜ୍ୟରେ ହେବ ଭଲ ବର୍ଷା, ଦକ୍ଷିଣ ଓଡ଼ିଶାରେ ବେଶି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.