ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ପୂଜା ଛୁଟିରେ ଘରକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଜୀବନ

Published By : Suraj Kumar | October 12, 2024 8:39 PM

ବାଙ୍ଗିରିପୋଷି,୧୨/୧୦(ଆ.ପ୍ର): ବାଙ୍ଗିରିପୋଷି ବଜାର ନିକଟସ୍ଥ କଲିକତା ଛକ ଠାରେ ୨ ବାଇକ ମଧ୍ୟରେ ମୁହାଁମୁହଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ସୋରିଷପାଳ ପଞ୍ଚାୟତ ରଙ୍ଗାମାଟିଆ ଗ୍ରାମର ଛୋଟରାୟ ଲୋହାର । 

ରଙ୍ଗାମାଟିଆ ଗ୍ରାମର ମାହା ଲୋହାରଙ୍କ ପୁଅ ଛୋଟରାୟ ଲୋହାର ଭୁବନେଶ୍ବର ରେ ଚାକିରି କରୁଥିବା ବେଳେ ପୂଜା ଛୁଟିରେ ଘରକୁ ଆସିଥିଲେ। କୌଣସି କାମରେ ନିଜର ଜଣେ ବନ୍ଧୁ ସୁକୁଲାଲ ସୋରେନ ଙ୍କ ସହ   ବାଙ୍ଗିରିପୋଷି ଆସିଥିଲେ। ଏକ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ବାଙ୍ଗିରିପୋଷି ବଜାର ନିକଟସ୍ଥ କଲିକତା ଛକ ଠାରେ ଅନ୍ୟ ଏକ ବାଇକ ସହ ମୁହାମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଛୋଟରାୟ ଙ୍କ ମୃତ୍ୟ ଘଟିଥିଲା। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ବାଇକ ଆରୋହୀ ମାନେ ବାଇକ ଛାଡି ଘଟଣା ସ୍ଥଳରୁ ଚମ୍ପଟ୍ ମାରିଛନ୍ତି। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ ଜବତ କରି ତଦନ୍ତ ଚଳାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.