PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେସିଙ୍ଗା : କେସିଙ୍ଗାରେ ବୃଦ୍ଧି ପାଇବାରେ ଲାଗିଛି ସଟ୍ଟା ଖେଳ ସହିତ ବେଆଇନ ମଦ ବିକ୍ରି, ୩ ଗିରଫ
  • ||
  • କଣ୍ଟାବାଞ୍ଜି : ରାଜ୍ୟ ବାହାରେ ଓଡ଼ିଆ ପରିବାରକୁ ନିର୍ମମ ହତ୍ୟା, ସ୍ଵାମୀ-ସ୍ତ୍ରୀ ସମେତ ଦୁଇ ଛୁଆ ମୃତ
  • ||
  • କଟକ : ବଢିବ ହାଇସିକ୍ୟୁରିଟି ନମ୍ଵର ପ୍ଲେଟ ଅବଧି, ମାସେ ସମୟସୀମା ବୃଦ୍ଧିକଲେ ସରକାର
  • ||

ସଡକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୁରଣ ଦାବିରେ ରାସ୍ତା ଅବରୋଧ

ତେଲକୋଇ ୨୦।୭: ତେଲକୋଇ ଥାନା ଅନ୍ତର୍ଗତ କତରାପାଲି ଗାଁରେ ଗତକାଲି ବିଳମ୍ବିତ ରାତିରେ ଏକ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।

ରାତି ପ୍ରାୟ ୧୧ଟା ୧୫ ମିନଟ ବେଳକୁ ଖକନ ସାହୁ ନାମକ ଯୁବକ ରାସ୍ତାର ଡ୍ରେନ ଉପରେ ବସି ଫୋନରେ କଥା ହେଉଥିବା ବେଳେ ତେଲକୋଇ ପଟୁ କାଞ୍ଜିପାଣି ଆଡକୁ ଯାଉଥିବା ଏକ ୪୦୭ଗାଡି ତାଙ୍କୁ ଧକ୍କା ଦେଇଥିଲା ।

ସଙ୍ଗେ ସଙ୍ଗେ ତେଲକୋଇ ମେଡିକାଲକୁ ନିଆଯାଇଥିଲା। ସେଠାରୁ ତାଙ୍କୁ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଆଜି ସକାଳୁ କ୍ଷତିପୂରଣ ଦାବିରେ ଗ୍ରାମବାସୀ ତେଲକୋଇ କାଞ୍ଜିପାଣି ରାସ୍ତାକୁ ଅବରୋଧ କରିଛନ୍ତି ।

ସମ୍ବନ୍ଧିତ ଖବର