ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ବ୍ରିଜ୍‌ ନିର୍ମାଣ କାମ କରିବା ବେଳେ ଅଘଟଣ, ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ

Published By : Harapriya Sethi | May 5, 2025 7:37 AM

ଭୁବନେଶ୍ୱର, ୦୫/୦୫: ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ । ଗୋରହାଣ୍ଡି ଜୋରରେ ବ୍ରିଜ୍‌ ନିର୍ମାଣ କାମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି । ମୃତକ ସୁନ୍ଦରଗଡ଼ ଜିଲ୍ଲା ବଡଗାଁ ଥାନା ଉଲ୍ ଗାଁର ଟଙ୍କଧର ତାର୍ଜନ ବୋଲି ଜଣା ପଡ଼ିଛି । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କପାସିରାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବତ, ଶ୍ରମିକମାନେ ମିଳି ମିଶି କପାସିରା ବ୍ରିଜ୍‌ ନିର୍ମାଣ କାମ କରୁଥିଲେ । ସେଠାରେ କାମ କରୁଥିବା ବେଳେ ବିଦ୍ୟୁତ ତାରରେ ଲାଗି ଯାଇଥିଲେ ଟଙ୍କଧର । ଏହା ଦେଖି ନିର୍ମାଣ କାମ କରୁଥିବା ଅନ୍ୟ ଦୁଇ ଜଣ ଶ୍ରମିକ ଏକ ଗାଡ଼ି କରି ସଙ୍ଗେ ସଙ୍ଗେ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ଯାଇଥିଲେ । ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷାଣ କରିଥିଲେ । ଏନେଇ ଖବର ପାଇବା ପରେ ଡୁଙ୍ଗୁରିପାଲି ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଥିବା ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.