ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବଡବିଲରେ ଅଘଟଣ, ହାଇୱା ଧକ୍କାରେ ସାଇକେଲ୍ ଆରୋହୀ ମୃତ

Published By : Harapriya Sethi | December 2, 2024 3:07 PM

ବଡ଼ବିଲ, ୦୨/୧୨: ହାଇୱା ଧକ୍କାରେ ଚାଲିଗଲା ସାଇକେଲ୍ ଆରୋହୀଙ୍କ ଜୀବନ । ମୃତକ କୋହ୍ଲ ହୁଣ୍ଡୁଳା ଅଞ୍ଚଳର ୫୫ ବର୍ଷିୟ ସୋନାରାମ୍ ମୁଣ୍ଡା ବୋଲି ଜଣା ପଡିଛି । କେନ୍ଦୁଝର ଜିଲ୍ଲା ଯୋଡା ଥାନା ଅନ୍ତର୍ଗତ ସିଆଳିଯୋଡ଼ା ପାର୍କିଂ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବ୍ୟକ୍ତି ଜଣକ ସିଆଳିଯୋଡ଼ା ପାର୍କିଂ ନିକଟରେ ସାଇକେଲ ରଖୁଥିବା ବେଳେ ଦ୍ରୁତ ଗତିରେ ଏକ ହାଇୱା ଆସି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଯୋଡା ଥାନା ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଯବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.