ପ୍ରମୂଖ ଖବର
  • ଭୁବନେଶ୍ଵର : ରାଜ୍ୟରେ ବର୍ଦ୍ଧିତ ଅପରାଧକୁ ନେଇ କ୍ଷୁବ୍ଧ ମୁଖ୍ୟମନ୍ତ୍ରୀ, ଡାକିଲେ ଜରୁରୀ ବୈଠକ
  • ||
  • ପଟ୍ଟାମୁଣ୍ଡାଇ ଯୁବତୀ ଜୀଅନ୍ତା ଜଳିଯିବା ମାମଲା : ବ୍ଲାକମେଲର ପୁରୁଷ ବନ୍ଧୁ ଅଟକ, ଚେନ୍ନାଇରୁ ଓଡ଼ିଶା ଆଣୁଛି ପୁଲିସ
  • ||
  • ଶୁକ୍ରବାର ରାଜ୍ୟବ୍ୟାପୀ କଂଗ୍ରେସ ପାଳିବ ବିଶ୍ୱ ଆଦିବାସୀ ଦିବସ, ରବିବାର କଂଗ୍ରେସ ଭବନରେ ହେବ ସଭା
  • ||
  • ଓଟିଇଟି ଲିକ୍‌ କେଳେଙ୍କାରୀର ଖୋଲିବ ଗୁମର, ରିମାଣ୍ଡରେ ଆସିବେ ଜିତନ୍, ବିଜୟ,ସୋମବାରଠୁ ଚାଲିବ ଜେରା
  • ||
  • ଭାରତ ସହିତ ବାଣିଜ୍ୟ ଆଲୋଚନାକୁ ଟ୍ରମ୍ପଙ୍କ ପ୍ରତ୍ୟାଖ୍ୟାନ, କହିଲେ ଟାରିଫ୍ ବିବାଦର ସମାଧାନ ନହେବା ଯାଏ କିଛି ହେବନି
  • ||
  • ଅସ୍ତବ୍ୟସ୍ତ କରୁଛି ଗରମ ସାଙ୍ଗକୁ ଗୁଳୁଗୁଳି: ୧୩ ତାରିଖରେ ଲଘୁଚାପ, ୨୦ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା
  • ||
  • ପାଞ୍ଚ ଦିନରେ ପାଞ୍ଚ ଜିଲ୍ଲା ବୁଲିବେ ଉପମୁଖ୍ୟମନ୍ତ୍ରୀ, ଆଜି କୋଟିଆରେ ‘ସୁଭଦ୍ରା’ ସମୀକ୍ଷା କରିବେ
  • ||
  • ବଲାଙ୍ଗୀର : ନାଳକୁ ଖସିଲା ବାଇକ୍‌; ଜଣେ ମୃତ, ୨ ଗୁରୁତର
  • ||

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍,୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

Published By : Anindita Ratha | August 8, 2025 9:21 AM

ଢେଙ୍କାନାଳ,୦୮/୦୭: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ। ଢେଙ୍କାନାଳ ଜିଲ୍ଲା ତୁମୁସିଂହା ଥାନା ଇଲାକା ପଣ୍ଡୁଆ ରାସ୍ତାରେ ଏହି ଘଟଣା ଘଟିଛି। ତେବେ ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ଡାକ୍ତରଖାନାକୁ ପଠାଯାଇଛି।

ସୂଚନା ମୁତାବକ, ଜଗନ୍ନାଥ ନାମକ ଏକ ଘରୋଇ ଯାତ୍ରୀବାହୀ ବସ  ଆଜି ସକାଳୁ ପରଜଙ୍ଗରୁ ପ୍ରାୟ ୩୫ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଯାଉଥିଲା। ହେଲେ ପଣ୍ଡୁଆ ନିକଟସ୍ଥ କନ୍ତିଓକାଟେଣୀ ରାସ୍ତାରେ ଭାରସାମ୍ୟ ହରାଇ ବସଟି ରାସ୍ତା ପାର୍ଶ୍ଵକୁ ଓଲଟି ପଡିଥିଲା। ଫଳରେ ବସରେ ବସିଥିବା ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ପଣ୍ଡୁଆ ଫାଣ୍ଡି ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.