ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ଖଲ୍ଲିକୋଟରେ ଦୁର୍ଘଟଣା; ଟିଭିଏସ ଏକ୍ସଲ ମୋପେଡକୁ ଧକ୍କା ଦେଲା ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ, ସ୍ୱାମୀ ସ୍ତ୍ରୀ ମୃତ

Published By : Bijay Swain | May 23, 2025 6:22 PM

ଖଲ୍ଲିକୋଟ, ୨୩/୦୫: ଆଜି ଅପରାହ୍ନ ୪ଟାରେ ଖଲ୍ଲିକୋଟ ବ୍ଲକ କାର୍ଯ୍ୟାଳୟ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଟିଭିଏସ ଏକ୍ସଲ ଗାଡ଼ିକୁ ଗ୍ୟାସ ସିଲିଣ୍ଡର ଵୋଝେଇ ଟ୍ରକ୍ ଧକ୍କା ଦେବାରୁ ସ୍ୱାମୀ ସ୍ତ୍ରୀ ଦୁହିଁଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଖଲ୍ଲିକୋଟ ଥାନା ଅନ୍ତର୍ଗତ  ଖୋଜାପଲ୍ଲୀ ଗ୍ରାମର ଡାକ ତରେଇ (୬୦) ଓ ତାଙ୍କ ସ୍ତ୍ରୀ ଛାଇନ ତରେଇ (୫୨) ମଥୁରାରୁ ଏକ ଭୋଜିରେ ଯୋଗଦେଇ ନିଜ ଟିଭିଏସ ଏକ୍ସଲ ମୋପେଡ ଗାଡି ଯୋଗେ ଆଜି ଅପରାହ୍ନ ୪ଟାରେ ନିଜ ଗାଁ ଅଭିମୁଖେ ଫେରୁଥିଲେ। ଏହି ସମୟରେ ଖଲ୍ଲିକୋଟ ବ୍ଲକ କାର୍ଯ୍ୟାଳୟ ନିକଟରେ ଇଣ୍ଡେନ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍ ପଛପଟୁ ଦ୍ରୁତଗତିରେ ଆସି ମୋପେଡକୁ ଧକ୍କା ଦେଇଥିଲା। 

ଏହି ଦୁର୍ଘଟଣାରେ ଉଭୟେ ସ୍ୱାମୀ ସ୍ତ୍ରୀ ତଳେ ପଡି ଯାଇଥିବା ବେଳେ ସ୍ତ୍ରୀଙ୍କ ଉପରେ ଟ୍ରକର ପଛ ଚକା ମାଡି ଯାଇଥିଲା। ଫଳରେ ସ୍ତ୍ରୀ ଛାଇନ ତରେଇଙ୍କ ଦୁର୍ଘଟଣା ସ୍ଥଳରେ ହିଁ ଶୋଚନୀୟ ମୃତ୍ୟୁ ଘଟିଥିଲା। ଗୁରୁତର ଆହତ ଅବସ୍ଥାରେ ସ୍ୱାମୀ ଡାକ ତରେଇଙ୍କୁ ଚିକିତ୍ସା ପାଇଁ   ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ଏଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଶଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ବ୍ରହ୍ମପୁରରେ ପହଞ୍ଚିବା ପୂର୍ବରୁ ରାସ୍ତାରେ ଡାକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଗ୍ୟାସ ବୋଝେଇ ଟ୍ରକକୁ ପୋଲିସ ଥାନାରେ ଅଟକ ରଖିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.