ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପୁରୀ ପରିକ୍ରମା ପ୍ରକଳ୍ପ ବୁଲି ଯିବା ବେଳେ ଦୁର୍ଘଟଣା : ବସ୍‌କୁ ଧକ୍କା ଦେଲା ଟ୍ରକ୍, ୧୮ ଯାତ୍ରୀ ଆହତ

ଖୋର୍ଦ୍ଧା, ୦୨/୦୨ : ପୁରୀ ପରିକ୍ରମା ପ୍ରକଳ୍ପ ବୁଲିବାକୁ ଯିବା ବେଳେ ଦୁର୍ଘଟଣା। ବସ୍‌କୁ ଧକ୍କା ଦେଲା ଟ୍ରକ୍। ୧୮ ଯାତ୍ରୀ ଆହତ। ୧୬ ନଂ ଜାତୀୟ ରାଜପଥ ଗଡ଼ ଖୋର୍ଦ୍ଧା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ରାୟଗଡା ଗୁଡାରି ଏନଏସି ଅଞ୍ଚଳର ଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ବାହାରିଥିଲା ବସ୍। ୧୬ ନଂ ଜାତୀୟ ରାଜପଥ ଗଡ଼ ଖୋର୍ଦ୍ଧା ଛକ ନିକଟରେ ଏକ ଟ୍ରକ୍ ପଛପଟୁ ଧକ୍କା ଦେଇଛି। ଫଳରେ ୧୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍‌ରେ ମୋଟ ୪୨ ଜଣ ଯାତ୍ରୀ ଥିବା ସୂଚନା ମିଳିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.