ପ୍ରମୂଖ ଖବର
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ

Published By : Harapriya Sethi | May 22, 2025 8:09 AM

କଟକ,୨୨/୦୫: ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ଧକ୍କାରେ ଚାଲିଗଲା ୨ ଜଣଙ୍କ ଜୀବନ ।ମୃତକଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଥିବା ବେଳେ ଉଭୟ ଭାପୁର ଅଞ୍ଚଳର ବୋଲି ସ୍ଥାନୀୟ ଲୋକଙ୍କଠାରୁ ଜଣାପଡିଛି । କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଦୁଇ ଜଣ ଯୁବକ ଏକ ବାଇକ୍‌ରେ ମୁଣ୍ଡଳୀରୁ ଗୋଡିସାହି ଆସୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଏକ ହାଇୱା ଆସୁଥିଲା । ହାଇୱାଟି ଦ୍ରୁତ ଗତିରେ ଆସି ବାଇକ୍‌କୁ ଧକ୍କା ଦେଇ ଚମ୍ପଟ ମାରିଥିଲା । ଫଳରେ ଉଭୟ ଯୁବକ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ି ରହିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଗୋଡିସାହି ଫାଣ୍ଡି ପୋଲିସ ପହଞ୍ଚି ଦୁଇ ଜଣଙ୍କୁ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡ଼ିକାଲ ପଠାଇଛି । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ସେପଟେ ଘଟଣା ସ୍ଥଳରେ ପୋଲିସ ଉପସ୍ଥିତ ରହି ଘଟଣାର ତଦନ୍ତ କରୁଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.