ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଖୋର୍ଦ୍ଧା -ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥରେ ଦୁର୍ଘଟଣା , ୨ ମୃତ

Published By : Gurupada Nath | April 23, 2025 9:47 PM

ହରଭଙ୍ଗା,୨୩/୪ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ୫୭ନମ୍ବର ଜାତୀୟ ରାଜପଥ ଦିଗସିରା ନିକଟରେ ବାଇକକୁ ଧକ୍କା ଦେଲା କାର୍ । ଦୁର୍ଘଟଣାରେ ବାଇକ୍ ଅରୋହୀ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇପଡ଼ିଛନ୍ତି । ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ କାର୍ ଡ୍ରାଇଭର ଫେରାର ହୋଇପଡ଼ିଛନ୍ତି । ଗୁରୁତର ଓ ମୃତକଙ୍କୁ ଅଗ୍ନିଶମବାହିନୀ ଉଦ୍ଧାର କରି ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେରେ ଭର୍ତ୍ତି କରିଛନ୍ତି। ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । 

ସୂଚନା ଅନୁଯାୟୀ ବୁଧବାର ଅପରାହ୍ନ ସମୟରେ ବୌଦ୍ଧ ପଟୁ ଦ୍ରୁତଗତିରେ ଯାଉଥିବା ଏକ କାର ଚାରିଛକ ପଟରୁ ବାଇକ୍ ଯୋଗେ ପୁରୁଣା କଟକକୁ ଆସୁଥିବା ଗୋଟିଏ ବାଇକରେ ତିନି ଜଣ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଣେ ବାଇକ ଅରୋହୀଙ୍କ ମୃତ୍ୟ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇପଡ଼ିଥିଲେ । ସମସ୍ତଙ୍କୁ ଅଗ୍ନିଶମବାହିନୀ ଆଣି ପୁରୁଣାକଟକ  ସ୍ୱାସ୍ଥ୍ୟକେନ୍ଦ୍ର ଓ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅନ୍ୟପଟେ ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ମୃତକ ଦୁଇ ଜଣ ହେଲେ ଗଞ୍ଜାମ ଅଂଚଳର ଜଣେ ଟ୍ରକ ଡ୍ରାଇଭର ଓ ଅନ୍ୟ ଜଣେ ପୁରୁଣାକଟକ ଥାନା ଜାମୁପଦର ଗ୍ରାମର ବିଦ୍ୟାଧର ଦେହୁରୀ ହୋଇଥିବାବେଳେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧିନ ଗୁରୁତର ସେହି ଗ୍ରାମର ଅଭିନାଶ ପ୍ରଧାନ ବୋଲି ଜଣାପଡ଼ିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.