ପ୍ରମୂଖ ଖବର
  • ଇଷ୍ଟଦେବୀଙ୍କୁ ଲାଗି ହେଲା ନବାନ୍ନ, ସମ୍ବଲପୁର ଅଧିଷ୍ଠାତ୍ରୀ ମା ସମଲେଶ୍ବରୀଙ୍କୁ ଲାଗି ହେଲା ନବାନ୍ନ
  • ||
  • ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ପ୍ରତି ଦଳରେ ୭ ଜଣ ସାମିଲ ହେବେ
  • ||
  • କନ୍ଧମାଳ: ଦୋକାନ ଭିତରକୁ ମାଡ଼ିଗଲା କାର୍‌; ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
  • ||
  • ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ
  • ||
  • LOC ନିକଟ ଗୁରେଜ ସେକ୍ଟରରେ ଏନକାଉଣ୍ଟର, ୨ ଆତଙ୍କୀ ନିହତ
  • ||
  • ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା, ଗାଁ ଖୁଇଲ୍‌ ଗହଗହ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୩୦ ଯାଏ ବିକ୍ଷିପ୍ତ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଆଲର୍ଟ
  • ||

ବିଜୁଳି ବଲ୍‌ବ ଖୋଲିବା ବେଳେ ଅଘଟଣ; ବିଦ୍ୟୁତ୍ ଆଘାତ ଲାଗି ଚାଲିଗଲା ଜୀବନ

Published By : Harapriya Sethi | August 28, 2025 12:03 PM

ତୁରେକେଲା,୨୮/୦୮: ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ୍ ଘୁନେସ ଗାଁରେ ଅଘଟଣ । ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଘୁନେଶ ଗାଁର ଦୂର୍ଜେ ଭାଟି (୨୪ବର୍ଷ) । ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି ।

ସୂଚନା ମୁତାବକ, ବୁଧବାର ରାତି ୧୦ ଟାରେ ଦୂର୍ଜେ ଭାଟି ଗଣେଶ ମଣ୍ଡପର ବଲ୍‌ବ ଖୋଲୁଥିଲେ । ଏହି ସମୟରେ ସେ ବିଦ୍ୟୁତ୍ ସଂସ୍ପର୍ଷରେ ଆସିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ତୁରେକେଲା ହସ୍ପିଟାଲକୁ ଆଣାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁ ଖାଇ ଦିନ ଏହି ଘଟଣା ଘଟିବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.