ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ଏସିଡ ମାଡ଼ ଘଟଣାରେ ଅଭିଯୁକ୍ତକୁ ୧୨ବର୍ଷ ଜେଲ୍

Published By : Gurupada Nath | May 30, 2025 4:35 PM

ଫୁଲବାଣୀ,୩୦/୫ : ଏକ ଏସିଡ ଆକ୍ରମଣ ମାମଲାର ଶୁଣାଣି କରି ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଅଭିଯୁକ୍ତକୁ ୧୨ବର୍ଷ ସଶ୍ରମ କାରାଦଣ୍ଡର ଆଦେଶ ଦେଇଛନ୍ତି। ଏଥି ସହ ଦୋଷୀକୁ ୫୦ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଭିଯୁକ୍ତକୁ ଅଧିକ ୬ମାସ ଜେଲ ଭୋଗିବାକୁ ହେବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟାଉନ ଥାନା ଅନ୍ତର୍ଗତ ପଟାବାଲି ସାହିର ପ୍ରମୋଦ କୁମାର ସାହୁ (୬୦) ।  

ଘଟଣା ଅନୁଯାୟୀ, ଗତ ୨୦୨୩ ଡିସେମ୍ବର ୨୮ ତାରିଖରେ ଫୁଲବାଣୀ ସାହିର ସୁରଜ କୁମାର ମହାନ୍ତି ସ୍ଥାନୀୟ ଶଶି ପାନ ଦୋକାନ ଛକଠାରେ ଠିଆ ହୋଇଥିବାବେଳେ ଅଭିଯୁକ୍ତ ପ୍ରମୋଦ ତାଙ୍କ ଉପରକୁ ଏସିଡ ଫିଙ୍ଗିଥିଲା । ଏ ଖବର ପାଇ ସୁରଜଙ୍କ ବାପା କୃଷ୍ଣଚନ୍ଦ୍ର ମହାନ୍ତି ଘଟଣାସ୍ଥଳରେ ପହଁଚିବାରୁ ଅଭିଯୁକ୍ତ ତାଙ୍କ ଉପରକୁ ମଧ୍ୟ ଏସିଡ ମାଡ କରିଥିଲା। ଏସିଡ ମାଡ଼ରେ ଗୁରୁତର ବାପା ଓ ପୁଅଙ୍କୁ ସ୍ଥାନୀୟ ଲୋକେ ନେଇ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ଅଭିଯୁକ୍ତକୁ କାବୁ କରି ପୁଲିସ ଜିମା ଦେଇଥିଲେ। ଟାଉନ ପୁଲିସ ଏହି ଘଟଣାରେ କେଶ ନଂ ୩୨୯/୨୩ରେ ଏକ ମାମଲା ରୁଜ୍ଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା। ଆଜି ଏହି ମାମଲାର ଶୁଣାଣି କରି ଅତିରିକ୍ତ ଜିଲ୍ଲା ଦୌରାଜଜ୍ ପ୍ରିତିଶ କୁମାର ରାଉତରାୟ ୧୭ଜଣ ସାକ୍ଷୀ ଓ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତି କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ଶିବପ୍ରସାଦ ତ୍ରିପାଠୀ ପରିଚାଳନା କରୁଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.