ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ନାବାଳିକା ଅପହରଣ ଏବଂ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ

Published By : Rasmita Pradhan | May 8, 2025 1:07 PM

ଫୁଲବାଣୀ, ୮/୫ : ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ଶୁଣାଣୀ କରି ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ତୁମୁଡିବନ୍ଧ ଥାନା ଅଞ୍ଚଳର ହରିଶଙ୍କର ବେହେରା ଦଳାଇ। 

ସୂଚନା ଅନୁସାରେ, ହରିଶଙ୍କର ଗତ ୨୦୨୧ ମସିହାରେ ପୀଡ଼ିତାଙ୍କୁ ଅପହରଣ କରି ନେଇଯିବା ପରେ ୨୦୨୩ ମସିହା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ରଖି ଦୁଷ୍କର୍ମ କରିଥିଲେ। ଇତି ମଧ୍ୟରେ ପୀଡ଼ିତା ଗର୍ଭବତୀ ହେବାରୁ ତାଙ୍କର ଗର୍ଭପାତ କରାଇଥିଲେ। ତେବେ ଦ୍ଵିତୀୟ ଥର ଗର୍ଭପାତ କରିବାରେ ଅସଫଳ ହେବାରୁ ନାବାଳିକା ଜଣକ ନିଜ ଘର ଲୋକଙ୍କୁ ସବୁ ବିଷୟ ଜଣାଇଥିଲେ। ପରିବାର ଲୋକେ ପୁଅ ଘରେ ଏନେଇ କହିବାରୁ ସେମାନେ ବିବାହ ପାଇଁ ରାଜି ହେବା ସହ ଏକବର୍ଷ ପରେ ବିବାହ କରାଇବେ ବୋଲି କହିଥିଲେ। ହେଲେ ପରେ ସେମାନେ ଆଉ ଧରାଛୁଆଁ ଦେଇ ନଥିଲେ। ଫଳରେ ୨୦୨୩ ନଭେମ୍ବର ୧୪ ତାରିଖରେ ପୀଡିତାଙ୍କ ପରିବାର ପକ୍ଷରୁ ତୁମୁଡିବନ୍ଧ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା । ପୁଲିସ ଅଭିଯୋଗ ଆଧାରରେ ୧୩୭/୨୦୨୩ରେ ଏକ ମାମଲା ରୁଜ୍ଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ଏହି ମାମଲାର ବିଚାର କରି ପୋକସୋ କୋର୍ଟ ବିଚାରପତି ରାଜେଶ ଦାଶ ୧୨ଜଣ ସାକ୍ଷୀ ଓ ପୀଡ଼ିତାଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

ଏହି ଖବରଟିକୁ ପଢନ୍ତୁ-ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ : ମହଜୁଦ ଅଛି ଅତ୍ୟାବଶ୍ୟକ ସାମଗ୍ରୀ, କଳାବଜାରୀକୁ ଦିଆଯିବନି ପ୍ରଶୟ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.