ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

୨୦୧୭ରେ ପତ୍ନୀକୁ ତଣ୍ଟି ଚିପି ହତ୍ୟା କରିଥିଲା ସ୍ୱାମୀ, ଆଜୀବନ ସଜା ଶୁଣାଇଲେ କୋର୍ଟ

Published By : Harapriya Sethi | November 25, 2024 2:48 PM

ଭୁବନେଶ୍ବର,୨୫/୧୧: ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜ୍ -୩ । ୨୦୧୭ ମାର୍ଚ୍ଚ ୧୮ ତାରିଖରେ ସନ୍ଧ୍ୟା ସମୟରେ ଧଉଳି ଅଞ୍ଚଳରେ ଏହି ଘଟଣା ଘଟିଥିଲା । ଅଭିଯୁକ୍ତ ସ୍ୱାମୀ ଜଗଦୀଶ ସାହୁ ବୋଲି ସୂଚନା ମିଳିଛି । 

ସୂଚନା ମୁତାବକ, ସ୍ତ୍ରୀ ନିର୍ମଳା ସାହୁଙ୍କ ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରିଥିଲା ସ୍ୱାମୀ ଜଗଦୀଶ ସାହୁ । ପରେ ନିଜେ ମୂଷା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲା । ବର୍ତ୍ତମାନ ଏହି ମାମଲାର ଶୁଣାଣି ହୋଇଛି । ୧୦ ଜଣ ସାଖୀ ଓ ୨୩ ଟି ଦସ୍ତାବିଜକୁ ଆଧାର କରି ଅଭିଯୁକ୍ତ ସ୍ୱାମୀକୁ ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.