ମେଷ : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ,ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ,ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସୁଖବର,ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ନୂତନ କର୍ମାରମ୍ଭ,ବ୍ୟବସାୟ ଆରମ୍ଭ,ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଭାଇଭଉଣୀଙ୍କ ସାହାଯ୍ୟ,ସହଯୋଗ ମିଳିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା,ଉଚ୍ଚ ସମ୍ମାନ,ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ,ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ: ଗେରୁଆ,ସଂଖ୍ୟା : ୬,ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଶ୍ରୀଚନ୍ଦ୍ର,ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ଶୁକ୍ରବାର ଯୋଗୁ ଧନ,ମାନ,ସମ୍ମାନ,ସ୍ୱଜନରେ ସୁସମ୍ପର୍କ,ପରିବାରରେ ସୁଖଶାନ୍ତି,ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ,ସୁବସନ ପ୍ରାପ୍ତି ହେବ । ଧନ,ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଖର୍ଚ୍ଚ ପ୍ରତି ଅନାଗ୍ରହ,ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ ଏବଂ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ରୋହିଣୀ ବୃଷ,ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :ସିଲ୍ଭର,ସଂଖ୍ୟା : ୪,ଆରାଧନା : ଭଗବାନ ବିଷ୍ଣୁ ।

ମିଥୁନ : ସକାଳ ୯ଟା ୨୬ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ କର୍ମରେ,ବ୍ୟବସାୟରେ କିଛିଟା ଅଶୁଭ ଫଳ ମିଳିପାରେ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା,ଶରୀରରେ ସୁସ୍ଥତା,ପରିବାରରେ ମିତ୍ରତା,ସମସ୍ତଙ୍କ ସହ ବନ୍ଧୁତା,ଚାଲିଚଳନରେ ସଂଯମତା,ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ନୂତନ କର୍ମାରମ୍ଭ,ବ୍ୟବସାୟ ଆରମ୍ଭ,ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ ।

ଶୁଭ ରଙ୍ଗ :ମେରୁନ୍,ସଂଖ୍ୟା : ୮,ଆରାଧନା: ମାତ୍ରିପୁର ସୁନ୍ଦରୀ ।

କର୍କଟ : ସକାଳ ୯ଟା ୨୬ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପମାନ,ଅପବ୍ୟୟ,ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ,ବଦ୍ଖର୍ଚ୍ଚ,ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ ଏବଂ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁଷ୍ୟା କର୍କଟ,ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା,ସଂଖ୍ୟା : ୧,ଆରାଧନା : ଭଗବାନ ଶିବ ।

ସିଂହ : ଦଶମ ଓ ଏକାଦଶ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ,କର୍ମରେ,ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ,ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା,ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଆକସ୍ମିକ ଧନଲାଭ,କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ,ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି,ସଂଖ୍ୟା : ୩,ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ସକାଳ ୯ଟା ୨୬ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା,ଦୁର୍ଭାବନା,ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ,ବ୍ୟବହାର,କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା,ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :ସବୁଜ,ସଂଖ୍ୟା : ୮,ଆରାଧନା : ମାଷୋଡ଼ଶୀ ।

ତୁଳା : ସକାଳ ୯ଟା ୨୬ ମିନିଟ୍ ପରେ ନବମ ଚନ୍ଦ୍ର ଓ ଶୁକ୍ରବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା,ଆକାଂକ୍ଷା,ଅଭିଳାଷ ପୂର୍ଣ୍ଣ ହେବ । ଗୁରୁଜନଙ୍କ କୃପା,କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ,ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପରୋପକାର,ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା,ଉଚ୍ଚ ସମ୍ମାନ,ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା,ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ,ସଂଖ୍ୟା : ୨,ଆରାଧନା : ମାକମଳା ।

ବିଛା : ଘାତବାର ଓ ସକାଳ ୯ଟା ୨୬ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ,ସ୍ୱାସ୍ଥ୍ୟ,ଆର୍ଥିକ କାରବାର,ଉଚ୍ଚସ୍ଥାନ ଆରୋହଣ,ଗ୍ୟାସ୍,ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି,ମାନସିକ ଅସ୍ଥିରତା,ପରିବାରରେ ମନୋମାଳିନ୍ୟ,ସ୍ୱଜନରେ ବିବାଦ,ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅନୁରାଧା ବିଛା,ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ,ସଂଖ୍ୟା : ୧୧,ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନସିକ,ପାରିବାରିକ ଶାନ୍ତି,ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ,ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ,ବସନଭୂଷଣ,ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ମନରେ ପ୍ରସନ୍ନତା,ଚାଲିଚଳନରେ ସଂଯମତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ,ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ,ସଂଖ୍ୟା : ୫,ଆରାଧନା : ପ୍ରଭୁ ଗଜାନନ ।

ମକର : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର,ଶୁକ୍ରବାର ଯୋଗୁ ରୋଗ,ଋଣ,ଦୁଃଖ,ଶୋକ,କ୍ଳେଶ,ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ,ମନ ସୁସ୍ଥ ରହିବ । ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର,ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶ୍ରବଣା ମକର,ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା,ସଂଖ୍ୟା : ୩,ଆରାଧନା : ମାକାଳୀ ।

କୁମ୍ଭ : ସକାଳ ୯ଟା ୨୬ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ଯଶ,ସମ୍ମାନ,ସାମାଜିକ ପ୍ରତିଷ୍ଠା,ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ସେମାନଙ୍କ ଶିକ୍ଷା,ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ,ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ,ସଂଖ୍ୟା : ୬,ଆରାଧନା : ମାଭୈରବୀ ।

ମୀନ : ଘାତବାର ଓ ସକାଳ ୯ଟା ୨୬ ମିନିଟ୍ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ,କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । କର୍ମରେ ବିଫଳତା,ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତର ଭାଦ୍ର ମୀନ,ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ ଗୋଲାପି,ସଂଖ୍ୟା : ୭,ଆରାଧନା : ମାତାରା ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩