ପ୍ରମୂଖ ଖବର
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ଼ ଘଟଣା, ୨ ଗିରଫ

Published By : Harapriya Sethi | February 2, 2025 1:50 PM

ଭୁବନେଶ୍ୱର,୦୨/୦୨: ଆଇନଜୀବୀ ପି.ରାମାରାଓଙ୍କ ଘରେ ପଶି ଏସିଡ୍ ମାଡ ଘଟଣା । ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ପାରଳାଖେମୁଣ୍ଡିର ଡି.ଭେଙ୍କଟ ରାଓ ଏବଂ ବିଶାଖାପାଟଣାର ଡି. ସତୀଶ କୁମାର । ମାମଲାର ଅନ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଅତି ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି । ଗଜପତି ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଗତ ବର୍ଷ ନଭେମ୍ବର ୯ତାରିଖରେ କିଛି ଦୁର୍ବୃତ୍ତ ଆଇନଜୀବି ପି.ରାମାରାଓଙ୍କ ଘରେ ପଶି ଏସିଡ୍‌ ମାଡ଼ କରିଥିଲେ । ଆର୍ଥିକ କାରବାରକୁ ନେଇଏହି ଆକ୍ରମଣ ହୋଇଥିଲା । ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ କରି ଆଜି ଅର୍ଥାତ ଫେବୃଆରୀ ୨ ତାରିଖରେ ୨ ଜଣ ଅଭିଯୁକ୍ତଙ୍କପ ପୋଲିସ ଗିରଫ କରିଛି । ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଅତି ଶୀଘ୍ର ଗିରଫ କରାଯିବ ବୋଲି ଗଜପତି ଏସପି ଯତୀନ୍ଦ୍ର କୁମାର ପଣ୍ଡା କହିଛନ୍ତି । ଅନ୍ୟପଟେ ପୀଡିତ ଆଇନଜୀବୀ ଏବେ ବି ବିଶାଖାପାଟଣାରେ ଚିକିତ୍ସିତ ହେଉଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.