ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଶ୍ରୀମନ୍ଦିର ରୋଷ ଘରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ : ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ପାଳିଆ ସେବକ ନିଲମ୍ବିତ

Published By : Suraj Kumar | October 1, 2024 4:00 PM

ପୁରୀ, ୧।୧୦ : ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି l ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି l ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି l ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ ର ୨୧ - ଖ (କ) ଧାରା ଅନୁସାରେ ଏହି ନିଳମ୍ବନ ଆଦେଶ ଜାରି କରାଯାଇଛି l ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି l 

 ଗତ ସେପ୍ଟମ୍ବର ୧୨  ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ l ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ,  ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା l ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇ ଦିଆଯାଇଥିଲା l ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ l

ରିପୋର୍ଟ ଆସିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ l ପୂର୍ବ ନିର୍ଦ୍ଦେଶ ପରେ ଅନ୍ୟ ସୁପକାର ମାନେ କଡ଼େଇ ବାହାର କରି ନେଇଥିବା ଜଣାପଡ଼ିଛି l ତେବେ ଏହି ତିନି ସୁପକାର କୋଠଭୋଗ ରୋଷରେ ବାରଣ ସତ୍ତ୍ୱେ ଲୁହା କଡ଼େଇ ବ୍ୟବହାର କରି ଅନ୍ନ ଡାଲି ରୋଷେଇ କରିଥିବା ଜଣା ପଡିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ l ତିନି ସୁପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଶ୍ରୀମନ୍ଦିର ତଥା ରୋଷଘରେ ପ୍ରବେଶ ନିଷିଦ୍ଧ କରାଯାଇଛି l ପ୍ରବେଶ ନିଷିଦ୍ଧ କଟକଣା କାର୍ଯ୍ୟକାରି କରିବାକୁ ବିହିତ ପଦକ୍ଷେପ ନେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଏବଂ ଦେଉଳ କରଣଙ୍କୁ ଆଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.