ଭୁବନେଶ୍ଵର, ୧୦/୦୯ ; ଦୁର୍ନୀତି ଅଭିଯୋଗ ଆସିଲେ ସରପଞ୍ଚଙ୍କୁ ମାଫ୍ ନାହିଁ। ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ, ୧୯୬୪ ଧାରା ୧୧୫ ଅନୁଯାୟୀ ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ୫ ବର୍ଷରେ ୮୧ଜଣ ସରପଞ୍ଚଙ୍କ ବିରୋଧରେ ନିଆଯାଇଛି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ।
ରାଜ୍ୟରେ କେତେଜଣ ସରପଞ୍ଚଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି ଏବଂ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି କି ବୋଲି ବିଧାନସଭାରେ ପ୍ରଶ୍ନ କରିଥିଲେ ବିଧାୟକ ପ୍ରଶାନ୍ତ ବେହେରା। ଏହାର ଲିଖିତ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ।