ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଶରଧାବାଲି ଅଘଟଣରେ ବଡ଼ ଆକ୍ସନ; ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପି, ଡିସିପି ସସ୍‌ପେଣ୍ଡ

Published By : Ankita S | June 29, 2025 2:00 PM

ପୁରୀ,୨୯/୦୬: ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଘଟିଥିବା ଅଘଟଣକୁ ନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ବଦଳି କରାଯାଇଛି । ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ପିନାକ ମିଶ୍ରଙ୍କୁ ପୁରୀ ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି । ସେପଟେ ଡିସିପି ବିଷ୍ଣୁ ପତିଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । କମାଣ୍ଡାଣ୍ଟ ଅଜୟ ପାଢୀ ମଧ୍ୟ ସ୍‌ସପେଣ୍ଡ  ହୋଇଛନ୍ତି  । ଦାୟିତ୍ୱରେ ଅବହେଳା ଅଭିଯୋଗ ଯୋଗୁଁ ଦୁଇ ଅଫିସରଙ୍କୁ ନିଲମ୍ବିତ କରାଯାଇଛି ।

ରବିବାର ଭୋର ୪ଟା ୫୦ରେ ଶ୍ରୀଗୁଣ୍ଡିଚା ଆଗରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ ହୋଇଥିଲା । ଠେଲାପେଲା ହୋଇ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛନ୍ତି । ଏହି ଘଟଣା ଜାତୀୟ ଗଣମାଧ୍ୟମରେ ଖବରର ଶିରୋନାମା ପାଲଟିଛି । ରାଜ୍ୟଠୁ ନେଇ ଦେଶ ଘଟଣା ଆଲୋଡ଼ନ ସୃଷ୍ଟି କରିଛି । ଅଘଟଣ ପରେ ଆକ୍ସନ ନେଇଛନ୍ତି ରାଜ୍ୟ ସରକାର । ଦାୟିତ୍ୱରେ ଅବହେଳା ପାଇଁ ଡିସିପି ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢୀଙ୍କୁ ନିଲମ୍ବିତ କରାଯାଇଛି । ସେହିପରି ଜିଲ୍ଲାପାଳ ଓ ଏସ୍‌ପି ବଦଳିଛନ୍ତି । ପିନାକ ମିଶ୍ରଙ୍କୁ ପୁରୀ ଏସ୍‌ପି  ଓ ଚଞ୍ଚଳ ରାଣାଙ୍କୁ ନୂଆ ଜିଲ୍ଲାପାଳ ଦାୟିତ୍ୱ ଦିଆଯାଇଛି । 

ଅଧିକ ପଢନ୍ତୁ...ଶରଧାବାଲି ଅଘଟଣ ଆଘାତ ଦେଇଛି , ଭାରତରେ ଲଜ୍ଜିତ ଓ ନିନ୍ଦିତ ହେଲା ଓଡ଼ିଶା: ବିଜୟ ମହାପାତ୍ର

ଅନ୍ୟପଟେ ଦଳାଚକଟାରେ ମୃତ ଶ୍ରଦ୍ଧାଳୁଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ଆର୍ଥିକ ସହୟତା ଘୋଷଣା ହୋଇଛି । ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ ବସିଛି । ଦୁଇ ଉପମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀ ବୈଠକରେ ସାମିଲ ହୋଇଛନ୍ତି ।





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.