ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ପ୍ରଯୋଜକ – ଅଭିନେତା ବିବାଦ : ନରି ପଣ୍ଡାଙ୍କୁ ବ୍ୟାନ୍

Published By : Gurupada Nath | April 4, 2025 5:03 PM

ଭୁବନେଶ୍ବର,୪/୪ : ପ୍ରଯୋଜକ- ହାସ୍ୟ ଅଭିନେତା ନରି ପଣ୍ଡାଙ୍କ ବିବାଦ‌ରେ ଟ୍ବିଷ୍ଟ । ଶୁକ୍ରବାର ଯାତ୍ରା ମାଲିକ ସଂଘ ବୈଠକରେ ନିଷ୍ପତ୍ତି ଅନୁସାରେ ନରି ପଣ୍ଡାଙ୍କୁ ଯାତ୍ରାରୁ ବୟକଟ୍ କରାଯାଇଛି । 

ପ୍ରକାଶ ଯେ, ଯାତ୍ରା କଳାକାର ତଥା ହାସ୍ୟ ଅଭିନେତା ନରି ପଣ୍ଡା ଆଗାମୀ ଯାତ୍ରା ଋତୁ ୨୦୨୫- ୨୬ ପାଇଁ ତୁଳସୀ ଗଣନାଟ୍ୟକୁ ଯିବା ପାଇଁ ୧୬ ଲକ୍ଷ ଟଙ୍କାରେ ଏଗ୍ରିମେଣ୍ଟ କରିଥିଲେ। ସେ ଦୁଇଟି ପର୍ଯ୍ୟାୟରେ ୧୦ ଲକ୍ଷ ଟଙ୍କା ନେଇଥିବା ବେଳେ ଆଉ ଅବଶିଷ୍ଟ ଟଙ୍କା ପାଇଁ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳଙ୍କୁ ଫୋନ କରିବାରୁ ସେ ଫୋନରେ ତାଙ୍କୁ ଆଉ ତାଙ୍କ ପତ୍ନୀଙ୍କୁ ଖରାପ ବ୍ୟବହାର କରିଥିବା ନରି ପଣ୍ଡା ଅଭିଯୋଗ କରିଥିଲେ। ଖାଲି ସେତିକି ନୁହେଁ ନରି ପଣ୍ଡାଙ୍କୁ ତୁଳସୀ ଗଣନାଟ୍ୟର ମାଲିକ ମାଡ଼ ମଧ୍ୟ ଅଭିଯୋଗ କରିଥିଲେ ନରି। 

ଅନ୍ୟ ପକ୍ଷରେ ନରି ପଣ୍ଡା କରିଥିବା ଅଭିଯୋଗ ବିରୁଦ୍ଧରେ ଆଇନର ଆଶ୍ରୟ ନେବେ ବୋଲି କହିଥିଲେ ଯାତ୍ରା ମାଲିକ ଅନନ୍ତ ନାରାୟଣ ଧଳ। ସେ କହିଥିଲେ ପୋଲିସ ମଧ୍ୟ ସିସିଟିଭି ଯାଞ୍ଚ କରିଛି। ମାଡ଼ ମରାଯିବା ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ଟଙ୍କା ନେଇଛନ୍ତି କାମ କରିବା ପାଇଁ ସେ କାମ କରନ୍ତୁ ନହେଲେ ସେ ଆଇନର ଆଶ୍ରୟ ନେବେ ବୋଲି କହିଥିଲେ ଯାତ୍ରା ମାଲିକ ଅନନ୍ତ ନାରାୟଣ ଧଳ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.