ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଜେଡିରେ ମିଶିଲେ ଖଡ଼ିଆଳ ବିଧାୟକ, କଂଗ୍ରେସରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର, ୨୦/୦୩ : ବିଜେଡିରେ ମିଶିଲେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ। ନିଜ ସମର୍ଥକଙ୍କ ସହିତ ଶଙ୍ଖ ଭବନ ଯାଇ ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ୪୦ ସରପଞ୍ଚ, ୩ ବ୍ଲକ ସେୟାରମ୍ୟାନ୍, ୩୪ ସମିତି ସଭ୍ୟ ବିଜେଡିରେ ମିଶିଛନ୍ତି। ମାନସ ମଙ୍ଗରାଜ, ପ୍ରଣବ ପ୍ରକାଶ ଦାସ, ସ୍ନେହାଙ୍ଗିନୀ ଛୁରିଆ ଓ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଛି। ଗତକାଲି ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ବିଜେଡିରେ ମିଶିବା ନେଇ ଚର୍ଚ୍ଚା ଜୋର୍ ଧରିଥିଲା।  

ଗତ ୨୫ ବର୍ଷ ଧରି ଅଧିରାଜ କଂଗ୍ରେସରେ ଥିଲେ । ୨୦୧୪ ନିର୍ବାଚନରେ ପ୍ରଥମେ ଅଧିରାଜ ଖଡ଼ିଆଳରେ କଂଗ୍ରେସ ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ । ୨୦୧୯ ନିର୍ବାଚନରେ ଦ୍ୱିତୀୟ ଥର କଂଗ୍ରେସ ପ୍ରାର୍ଥୀ ହୋଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କିଛିମାସ ହେବ ସେ କଂଗ୍ରେସ ଛାଡ଼ିବାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.