ପ୍ରମୂଖ ଖବର
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

‘ସଲାକାର’ରେ ଗୁଇନ୍ଦାଗିରି କରିବେ ମୌନି, ଅଜିତ ଡୋଭାଲଙ୍କ ଜୀବନ ଉପରେ ହେବ ନିର୍ମିତ

Published By : Krishna Priya | June 30, 2025 8:35 AM

ନୂଆଦିଲ୍ଲୀ ୩୦/୦୬: ବଲିଉଡ୍‌ ଅଭିନେତ୍ରୀ ମୌନି ରାୟ ‘ଭୂତନୀ’ ପରେ ପୁଣି ଦମ୍‌ଦାର ଅନ୍ଦାଜରେ କମ୍‌ବ୍ୟାକ୍‌ କରିବାକୁ ଯାଉଛନ୍ତି । ତାଙ୍କୁ ଖୁବ୍‌ ଶୀଘ୍ର ଏକ ସ୍ପାଏ ଥ୍ରିଲର ଫିଲ୍ମ ‘ସଲାକାର’ରେ ଦେଖିବାକୁ ମିଳିବ । ସେଥିରେ ସେ ଗୁଇନ୍ଦାଗିରି କରୁଥିବା ନଜର ଆସିବେ । ଫିଲ୍ମଟି ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଜୀବନ ଓ କ୍ୟାରିୟର ଉପରେ କେନ୍ଦ୍ରିତ ହେବ । ନିର୍ଦ୍ଦେଶନାରେ ରହିବେ ଫାରୁକ୍‌ କବିର । 

ଯଦିଓ ନିର୍ମାତାମାନେ ଫିଲ୍ମର ମୁଖ୍ୟ କଳାକାରଙ୍କ ନାମ ସଂପର୍କରେ ଆନୁଷ୍ଠାନିକ ଭାବେ ଘୋଷଣା କରିନାହାନ୍ତି ତେବେ ମୌନି ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଆସିବେ ବୋଲି ଜଣାପଡି଼ଛି । ସ୍ୱାଧୀନତା ଦିବସରେ ଫିଲ୍ମଟି ଜିଓ ହଟଷ୍ଟାରରେ ରିଲିଜ୍‌ ହେବ । ମୌନି ରାୟ ୨୦୦୬ର ଟିଭି ଶୋ’ ‘କ୍ୟୁଁକି ଶାଶ୍‌ ଭି କଭି ବହୁ ଥି’ରୁ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ । ଟିଭି ଶୋ’ ‘ନାଗିନ୍‌’ ଯୋଗୁ ତାଙ୍କୁ ବହୁ ଲୋକପ୍ରିୟତା ମିଳିଥିଲା । ପରେ ସେ କିଛି ଫିଲ୍ମରେ ନଜର ଆସିଥିଲେ । ‘ସଲାକାର’ ବ୍ୟତୀତ ତାଙ୍କୁ ଆଗକୁ ‘ହୈ ଜବାନି ତୋ ଇସ୍କ ହୋନା ହୈ’ରେ ଦେଖିବାକୁ ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.