ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଭରତପୁର ଥାନା ବିବାଦ ଘଟଣା: ନୋଟିସ ପରେ କମିଶନଙ୍କ ନିକଟରେ ହାଜର ହେଲେ ସମସ୍ତେ

Published By : Harapriya Sethi | November 14, 2024 11:22 AM

ଭୁବନେଶ୍ୱର,୧୪/୧୧: ଭୁବନେଶ୍ୱର ଭରତପୁର ଥାନା ପୋଲିସ-ସେନା ବିବାଦ ମାମଲା । ନୋଟିସ ପରେ ଘଟଣାରେ ସମସ୍ତ ପ୍ରତ୍ୟକ୍ଷ ସମ୍ପୃକ୍ତି ଥିବା ବ୍ୟକ୍ତି କମିଶନଙ୍କ ନିକଟରେ ହାଜର ହୋଇଥିଲେ । ଘଟଣାରେ ସମସ୍ତଙ୍କୁ ଗୁରୁବାର ସକାଳ ୧୦ଟା ୩୦ ସୁଦ୍ଧା ହାଜର ହେବା ପାଇଁ କମିଶନଙ୍କ ତରଫରୁ ନୋଟିସ ଜାରି ହୋଇଥିଲା । 

ଗୁରୁବାର ସକାଳ ୧୦ଟା ୩୦ ସୁଦ୍ଧା କମିଶନଙ୍କ ପାଖରେ ହାଜର ହୋଇଥିଲେ ୫ଜଣ ନିଲମ୍ବିତ ପୋଲିସ କର୍ମଚାରୀ । ଏଥିରେ ପୂର୍ବତନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ର ମଧ୍ୟ ଥିଲେ । ଏହା ସହ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ମଧ୍ୟ ହାଜର ହେବାକୁ ନୋଟିସ ହୋଇଥିଲା । ରାସ୍ତାରେ ଆକ୍ରମଣ କରିଥିବା ଯୁବକ ମାନଙ୍କୁ ମଧ୍ୟ ହାଜର ହେବା ପାଇଁ ନୋଟିସ ଜାରି କରାଯାଇଥିଲା । ସମସ୍ତଙ୍କୁ ବ୍ୟକ୍ତିଗତ ହାଜର ନଚେତ ଓକିଲ ଜରିଆରେ ହାଜର ହେବାକୁ ନୋଟିସରେ ଦର୍ଶା ଯାଇଥିଲା । 

ତେବେ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ପୁରୁଷ ବନ୍ଧୁଙ୍କ ସହ ତାଙ୍କ ବାନ୍ଧବୀ ରାତି ୧ଟା ବେଳେ ଅଭିଯୋଗ କରିବାକୁ ଯାଇଥିବା ବେଳେ ପୋଲିସ ଆକ୍ରମଣ କରିବା ସହ ଥାନା ଆଇଆଇସିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଘଟଣାରେ ତତ୍କାଳୀନ ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଜାରି ରଖିଛି । ଏହାସହ ଘଟଣାର ତଦନ୍ତ ପାଇଁ କମିଶନ ମଧ୍ୟ ଗଠନ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.