ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହି ବସ୍; ୪ ମୃତ, ୨୦ ଆହତ

Published By : Anindita Ratha | March 1, 2025 1:26 PM

ନୂଆଦିଲ୍ଲୀ,୦୧/୩:ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହି ବସ୍ । ଫଳରେ ୪ ଜଣଙ୍କ ମତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ତେବେ ସମସ୍ତ ଆହତଙ୍କୁ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଉତ୍ତରପ୍ରଦେଶର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ଓ୍ବେରେ ଏହି ଘଟଣା ଘଟିଛି । 

ଷ୍ଟେସନ ହାଉସ୍ ଅଫିସର୍ ଡିପି ତିୱାରୀ କହିଛନ୍ତି ଯେ,ସାରା ରାତି ଗାଡ଼ି ଚଲାଇବା ଯୋଗୁଁ ଡ୍ରାଇଭରଙ୍କୁ ନିଦ ଆସିଥିଲା ଏବଂ ସେ ଏକ ଗାଡ଼ିକୁ ଓଭରଟେକ୍ କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ବସ୍ ଟି ଭାରସାମ୍ୟ ହରାଇ ଟ୍ରକ୍ ସହିତ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା। ପୋଲିସ ଉଭୟ ଗାଡ଼ିକୁ ଜବତ କରି ଏକ ମାମଲା ରୁଜୁ କରିଛି। ପୋଷ୍ଟମର୍ଟମ ପରେ ମୃତଦେହଗୁଡ଼ିକୁ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। କ୍ଷତିଗ୍ରସ୍ତ ଗାଡ଼ିଗୁଡ଼ିକୁ କ୍ରେନ୍ ସାହାଯ୍ୟରେ ରାସ୍ତାରୁ ହଟାଇ ଟୋଲ୍ ନମ୍ବର ୨୧ରେ ରଖାଯାଇଛି। ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଘରୋଇ ସ୍ଲିପର ବସ୍  ୩୦ଜଣ ଭକ୍ତଙ୍କୁ ନେଇ ଯାତ୍ରା କରୁଥିଲା। ପ୍ରୟାଗରାଜ ମହାକୁମ୍ଭରେ ସ୍ନାନ କରିବା ପରେ, ଭକ୍ତମାନେ ବାରଣାସୀ ଯାଇଥିଲେ। ସେଠାରୁ ଜୟପୁର ଫେରୁଥିବା ସମୟରେ ବସ୍ ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସମସ୍ତ ଭକ୍ତ ଗଭୀର ନିଦ୍ରାରେ ଶୋଇଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ହଠାତ୍ ଏକ ଜୋରରେ ବିସ୍ଫୋରଣ ହେଲା ଏବଂ ସମସ୍ତ ଶ୍ରଦ୍ଧାଳୁ ନିଜ ସିଟ୍‌ରୁ ଉଠିଯାଇଥିଲେ । ସେପଟେ ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦା ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣାରେ ମୃତ୍ୟୁବରଣ  ସମସ୍ତ ଲୋକ ରାଜସ୍ଥାନ, ଆଗ୍ରା ଓ ମିର୍ଜାପୁର ବୋଲି ଜଣାପଡିଛି। 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.