ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଆସନ୍ତା ୨୯ ରୁ ଆରମ୍ଭ ହେବ ବିକଶିତ କୃଷି ସଂକଳ୍ପ ଅଭିଯାନ, ପୁରୀରୁ ହେବ ଶୁଭାରମ୍ଭ

Published By : Suraj Kumar | May 26, 2025 10:42 PM

ଭୁବନେଶ୍ୱର ୨୬/୦୫ : କେନ୍ଦ୍ର ସରକାରଙ୍କ ଯୁଗାନ୍ତକାରୀ କୃଷି ପଦକ୍ଷେପ ଗୁଡିକୁ ତୃଣମୂଳସ୍ତରରେ ପହଞ୍ଚାଇ କୃଷିରେ ନବସୃଜନ ସୃଷ୍ଟି କରିବା  ଲକ୍ଷ୍ୟରେ ଆରମ୍ଭ ହେବାକୁ ଯାଉଛି ବିକଶିତ କୃଷି ସଂକଳ୍ପ ଅଭିଯାନ। ଆସନ୍ତା ମେ ମାସ ୨୯ ତାରିଖରୁ ୧୨ ଜୁନ ପର୍ଯ୍ୟନ୍ତ ଏହି ଅଭିଯାନ ସାରା ଦେଶରେ ଚାଲିବ । ଏହି ବିକଶିତ କୃଷି ସଂକଳ୍ପ ଅଭିଯାନ ଓଡ଼ିଶାର ଐତିହ୍ୟ ସହର ପୁରୀରୁ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ଅଭିଯାନର ଶୁଭାରମ୍ଭ କରିବେ । କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। 

ଏହାକୁ ନେଇ କୃଷି ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ । ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ବିକଶିତ କୃଷି ସଂକଳ୍ପ ଅଭିଯାନ ନିମନ୍ତେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଡ଼ ପାଢ଼ୀ କହିଛନ୍ତି । କେନ୍ଦ୍ର କୃଷିମନ୍ତ୍ରୀଙ୍କ ସମେତ ଅତିଥିବୃନ୍ଦ ପ୍ରଥମେ ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ ପରେ ତ୍ରିରଙ୍ଗାଯାତ୍ରାରେ ସାମିଲ ହେବେ । ସାକ୍ଷୀଗୋପାଳ ସ୍ଥିତ ବୀରଗୋବିନ୍ଦପୁର କୃଷି ବିଜ୍ଞାନ କେନ୍ଦ୍ରରେ ଅଭିଯାନର ଶୁଭାରମ୍ଭ କରାଯିବ । ଏହି ସମୟରେ କୃଷି ରଥର ଶୁଭାରମ୍ଭ ମଧ୍ୟ କରାଯିବ । ପରେ ପରେ CIFA ର କାର୍ଯ୍ୟକ୍ରମରେ ଯୋଗଦାନ କରିବେ । ଏହାବାଦ, କେନ୍ଦ୍ରୀୟ ଉଦ୍ୟାନ କୃଷି ପରୀକ୍ଷଣ କେନ୍ଦ୍ରରେ ମ୍ୟାଙ୍ଗୋ ଫେଷ୍ଟିଭାଲରେ ଯୋଗଦେବେ ଏବଂ ପରବର୍ତ୍ତୀ ସମୟରେ ଓୟୁଏଟିର କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦାନ କରିବେ । ସମସ୍ତ କାର୍ଯ୍ୟକ୍ରମରେ 'ଏକ୍ ପେଡ ମାଁ କେ ନାମ୍' ଅନ୍ତର୍ଗତ ବୃକ୍ଷ ରୋପଣ କରାଯିବ । 

ଏ ସମସ୍ତ କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ, କୃଷକ ଭାଇ ଭଉଣୀମାନେ ଯୋଗଦେବେ । ଆୟୋଜିତ ପ୍ରସ୍ତୁତି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ୍ ସକ୍ସେନା, ଓୟୁଏଟି କୁଳପତି ଡ଼ ପ୍ରଭାତ କୁମାର ରାଉଳ, ଡ଼ାଇରେକ୍ଟର ସିଫା ପି କେ ସାହୁ, ଡେ଼ପୁଟି ଡ଼ାଇରେକ୍ଟର ଜେନେରାଲ ଆଇସିଏଆର, କେନ୍ଦ୍ରୀୟ ଉଦ୍ୟାନକୃଷି ପରୀକ୍ଷଣ କେନ୍ଦ୍ର (CHES), ଓୟୁଏଟି ଡିନ, କୃଷି ବିଜ୍ଞାନ କେନ୍ଦ୍ର ପ୍ରମୁଖରୁ ବରିଷ୍ଠ ଅଧିକାରୀବୃନ୍ଦ ଯୋଗଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.