ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଚାଷରେ ସାର ପ୍ରୟୋଗ ଯୋଗୁଁ ରାଜ୍ୟରେ ବଢୁଛି କ୍ୟାନସର, ଜୈବିକ ଚାଷ କରିବାକୁ ଅପିଲ୍ କଲେ କୃଷି ମନ୍ତ୍ରୀ

ଭୁବନେଶ୍ଵର, ୦୪/୦୯ : ଜୈବିକ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ପ୍ରଶ୍ନରେ ଉତ୍ତର ରଖିଲେ କୃଷି ମନ୍ତ୍ରୀ। ସେ କହିଛନ୍ତି ଯେ, ସରକାର ଚାହୁଁଛନ୍ତି ସମସ୍ତେ ଜୈବିକ ଚାଷ କରନ୍ତୁ। ରାସାୟନିକ ସାର ପ୍ରୟୋଗ ଦ୍ୱାରା ଅମଳ ବଢୁଛି ତେବେ ଏହା ଭୁଲ। ଏହାର ପ୍ରୟୋଗ ଦ୍ୱାରା ଖାଦ୍ୟଶସ୍ୟ ବୃଦ୍ଧି ହୋଇପାରେ, ଜୈବିକ ଚାଷ ଦ୍ୱାରା ମାଟିର ଉର୍ବରତା ବଢୁଛି। ମାଛ, ଚିକେନ ଓ ଅନ୍ୟ ସାମଗ୍ରୀରେ ରାସାୟନିକ ଖାଦ୍ୟ ବ୍ୟବହାର ଦ୍ୱାରା ମେଦ ବହୁଳତା ସହ କ୍ୟାନ୍ସର କେସ ବୃଦ୍ଧି ପାଉଛି। ତେଣୁ ସମସ୍ତଙ୍କୁ ଅପିଲ କରୁଛି ସମସ୍ତେ ଜୈବିକ ଚାଷ ପଦ୍ଧତିକୁ ଆପଣାନ୍ତୁ। 

କୃଷି ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଦୁଇଟି ପ୍ରକ୍ରିୟାରେ ଜୈବିକ ଚାଷ କରାଯାଉଛି। ପରମ୍ପରାଗତ ଏବଂ ପ୍ରାକୃତିକ କୃଷି ଜୈବିକ ପଦ୍ଧତିରେ ଚାଷ କରାଯାଉଛି। ପରମ୍ପରାଗତ କୃଷି ଯୋଜନାରେ ୧୦ଟି ଜିଲ୍ଲା ଏବଂ ପ୍ରାକୃତିକ କୃଷି ଯୋଜନାରେ ୧୫ଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରାଯାଇଛି। ରାଜ୍ୟରେ ୨୦୧୮-୧୯ରୁ ଜୈବିକ କୃଷି ପଦ୍ଧତିରେ କୃଷି କରିବା ପାଇଁ ନିଷ୍ପତି ନିଆଯାଇଥିଲା। ଏବେ ଯେଉଁମାନେ ଜୈବିକ ପଦ୍ଧତିରେ ଚାଷ କରୁଛନ୍ତି, ସେମାନଙ୍କ ଉତ୍ପାଦିତ ଦ୍ରବ୍ୟକୁ ବିଦେଶ ପଠାଇବାକୁ ଯୋଜନା କରଯାଉଛି। 


 


 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.