PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ସୁମଙ୍ଗଲମ ପଞ୍ଚଭୂତ ସମ୍ମିଳନୀ ଧାରା : ସୋଆରେ ଆୟୋଜିତ ହେବ ‘ବାୟୁ’ ସମ୍ମିଳନୀ

ଭୁବନେଶ୍ୱର, ୩୦/୧୧: ପ୍ରକୃତିରେ ସବୁକିଛି ୫ଟି ଉପାଦାନ ବା ପଂଚ ମହାଭୂତ-ପୃଥିବୀ, ଜଳ, ଅଗ୍ନି, ବାୟୁ ଓ ଆକାଶକୁ ନେଇ ଗଠିତ । ଏଥି ମଧ୍ୟରୁ ଗୋଟି ଉପାଦାନରେ ଅସନ୍ତୁଳନ ଦେଖାଦେଲେ କିମ୍ବା କୌଣସି କ୍ଷତି ଘଟିଲେ ମାନବ ଜଗତ ଉପରେ ବିପଦ ଦେଖା ଦେଇଥାଏ । ଜୀବଜଗତର ଦୀର୍ଘସ୍ଥାୟିତ୍ୱ ଓ ସୁସ୍ଥ ଜୀବନ ପାଇଁ ସ୍ୱଚ୍ଛ ବାୟୁ ଅତ୍ୟନ୍ତ ଜରୁରୀ । ଏହି ବାର୍ତ୍ତାର ପ୍ରଚାରପ୍ରସାର ନିମନ୍ତେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି “ବାୟୁ-ମହତ୍ୱପୂ୍‌ର୍ଣ୍ଣ ଜୀବନ ଶକ୍ତି” ସମ୍ମିଳନୀ । ଆସନ୍ତା ଡିସେମ୍ବର ୨ ରୁ ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ସମ୍ମିଳନୀ ଆୟୋଜିତ ହେବ । “ସୁମଙ୍ଗଳମ୍ ପଂଚମହାଭୂତ ସମ୍ମିଳନୀ ଶୃଙ୍ଖଳା”ର ଅଂଶବିଶେଷ ସ୍ୱରୂପ ଏହି ସମ୍ମିଳନୀ ଆୟୋଜନ କରାଯାଉଛି ।

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହେଉଥିବା ଆଜାଦୀ କା ଅମୃତ ମହୋତ୍ସବ ଭାବନା ଅନୁରୂପ ତଥା ଦେଶରେ ସ୍ୱଚ୍ଛ ବାୟୁର ଆବଶ୍ୟକତା ଉପରେ ବିଚାରମନ୍ଥନ କରିବା ଲାଗି “ବାୟୁ-ମହତ୍ୱପୂର୍ଣ୍ଣ ଜୀବନ ଶକ୍ତି” ସମ୍ମିଳନୀ ଆୟୋଜନ କରାଯାଉଛି । ଏଥିରେ ବିଭିନ୍ନ ବାୟୁ ଗୁଣବତ୍ତା ପ୍ରସଙ୍ଗରେ ଆଲୋଚନା ହେବ । ଜଳବାୟୁ ପରିବର୍ତ୍ତନ ଓ ପ୍ରଦୂଷଣ ନିୟନ୍ତ୍ରଣ ଉପରେ ବୈଜ୍ଞାନିକ ଆଲୋଚନା ଠାରୁ ଆରମ୍ଭ କରି ପ୍ରାଚୀନ ଶାସ୍ତ୍ର ଓ ଗ୍ରନ୍ଥରେ ବାୟୁ ଗୁଣବତ୍ତା ବଜାୟ ରଖିବା ଲାଗି ଦିଆଯାଇଥିବା ଜ୍ଞାନକୁ ବୁଝିବା ଲାଗି ସମ୍ମିଳନୀରେ ବିଚାର ବିମର୍ଶ କରାଯିବ ।

ଏହି ତିନି ଦିନିଆ ସମ୍ମିଳନୀରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଶିକ୍ଷା ଓ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ, କଟକ ସାଂସଦ ଭର୍ତ୍ତୃହରି ମହତାବ, ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ବିଶିଷ୍ଟ ବ୍ୟକ୍ତିବିଶେଷମାନେ ଯୋଗ ଦେବେ ।

ଏହି ସମ୍ମିଳନୀରେ ୫୦୦ ରୁ ଅଧିକ ବିଶେଷଜ୍ଞ. ଛାତ୍ରଛାତ୍ରୀ, ଶିକ୍ଷାବିତ୍‌, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ପ୍ରଦୂଷଣ ନିୟନ୍ତ୍ରଣ କମିଟିର ପ୍ରତିନିଧି, ପୌରପାଳିକା ଆୟୁକ୍ତ, ରାଜ୍ୟ ପରିବେଶ ସଚିବଗଣ, ବୈଜ୍ଞାନିକ, ଇଞ୍ଜିନିୟର ପ୍ରମୁଖ ଅଂଶଗ୍ରହଣ କରିବେ ।

ପୃଥିବୀ ଭବିଷ୍ୟତ ଦାୟିତ୍ୱ ଯୁବପିଢ଼ିଙ୍କ ଉପରେ ନ୍ୟସ୍ତ ରହିଛି । ବାୟୁ ମାନ ଖରାପ ହେବା ଜନିତ ସମସ୍ୟାର ସମାଧାନ ଦିଗରେ ଯୁବପିଢ଼ିଙ୍କ ଅଭିନବ ଉପାୟକୁ ଗଠନମୂଳକ ଢ଼ଙ୍ଗରେ ବିନିଯୋଗ କରିବା ଗୁରୁତ୍ୱପୂର୍ଣ୍ଣ । ଏହି ଲକ୍ଷ୍ୟ ନେଇ ଡିସେମ୍ବର ୨ ତାରିଖରେ ଯୁବପିଢ଼ିଙ୍କୁ ନେଇ ଏକ ଅଧିବେଶନ ଆୟୋଜନ କରାଯିବ । ଯେଉଁଥିରେ ଛାତ୍ରଛାତ୍ରୀଙ୍କୁ ନେଇ ପରିବେଶ ବିଜ୍ଞାନ, ଜଳବାୟୁ ପରିବର୍ତ୍ତନ, ମାନବ ସ୍ୱାସ୍ଥ୍ୟ, ଐତିହ୍ୟ ଅଧ୍ୟୟନ, କୃଷି ପ୍ରସଙ୍ଗ, ପ୍ରଶମନ ପଦକ୍ଷେପ ଆଦି ଉପରେ ବିଚାରବିମର୍ଶ କରାଯିବ ।

ଏହି ଅବସରରେ ବାୟୁ ଗୁଣବତ୍ତା, ପ୍ରାକୃତିକ ବିକଳ୍ପ ଏବଂ ଓଡ଼ିଶାର ଐତିହ୍ୟ ଆଦି ବିଷୟକୁ ପ୍ରଦର୍ଶିତ କରୁଥିବା ଏକ ଜନସଚେତନତା ପ୍ରଦର୍ଶନୀ ଆୟୋଜନ କରାଯିବ । ସ୍ୱଚ୍ଛ ବାୟୁ ଲକ୍ଷ୍ୟ ହାସଲ କରୁଥିବା ସହରମାନଙ୍କୁ “ଜାତୀୟ ସ୍ୱଚ୍ଛ ବାୟୁ ସହର” ପୁରସ୍କାର ଦିଆଯିବ । ସ୍ୱଚ୍ଛ ବାୟୁ ସର୍ବେକ୍ଷଣର ଫଳାଫଳ ଆଧାରରେ ବାୟୁ ଗୁଣବତ୍ତା ଲକ୍ଷ୍ୟ ହାସଲ କରିଥିବା ଏବଂ ସୁଧାରମୂଳକ, ନିରାକରଣଯୋଗ୍ୟ ଓ ପ୍ରଶମନ ପଦକ୍ଷେପ ଗ୍ରହଣ କରିଥିବା ୯ଟି ସହରକୁ ଏହି ପୁରସ୍କାର ଦିଆଯିବ । ଏସବୁ ସହରକୁ ଅଧିକ ସ୍ୱଚ୍ଛ ବାୟୁ ଲକ୍ଷ୍ୟ ହାସଲ ଲାଗି ୫ କୋଟି ଟଙ୍କାର ଅର୍ଥରାଶି ପୁରସ୍କାର ଦିଆଯିବ ।

ବାୟୁ ସମ୍ମିଳନୀର ଉଦ୍ଦେଶ୍ୟ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଅଂଶଦାରମାନଙ୍କୁ ଏକତ୍ରିତ କରି ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମରେ ନିର୍ଦ୍ଧାରିତ ଆମର ବାୟୁ ଗୁଣବତ୍ତା ଲକ୍ଷ୍ୟକୁ ହାସଲ କରିବା ଲାଗି ସରକାରଙ୍କ ଦ୍ୱାରା କରାଯାଇଥିବା ବହୁମୂଖି ପ୍ରୟାସ ନିର୍ମାଣ କରିବା । ଆଜାଦୀ କା ଅମୃତ ମହୋତ୍ସବ ଅଧୀନରେ ହେଉଥିବା ସମାରୋହରେ ଜଳଭାଗିଦାରୀକୁ ପ୍ରୋତ୍ସାହନ ଦେବା ଲାଗି ଏକ ବିଶାଳ ଭାଗିଦାରୀ ଆଧାରିତ କାର୍ଯ୍ୟକ୍ରମ ହେବ ।