ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଲଗେଜ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ , ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ମୁମ୍ବାଇ, ୧୭/୫: ରନୱେରେ ଏୟାର ଇଣ୍ଡିଆ ବିମାନ ସହ ମୁହାଁମୁହିଁ ଧକ୍କା ହେଲା  ଲଗେଜ ଟ୍ରାକ୍ଟର । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ତେବେ ପୁନେ ବିମାନ ବନ୍ଦରରେ ଏଭଳି ଅଘଟଣ ଘଟିଛି । ଉକ୍ତ ବିମାନଟି ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ସମୟରେ ରନୱରେ ଲଗେଜ ଟ୍ରାକ୍ଟର ସହ ଧକ୍କା ହୋଇଥିଲା । ଦୁର୍ଘଟଣା ସମୟରେ ବିମାନରେ ୧୮୦ ଜଣ ଯାତ୍ରୀ ଥିବା ବେଳେ ଏହି ବଡ଼ ଅଘଟଣରୁ ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ତେବେ ଏଥିରେ ବିମାନର ଲ୍ୟାଣ୍ଡି ଗିଅର ପାଖରେ ଥିବା ଗୋଟିଏ ଟାୟାର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।

ସୂଚନା ଅନୁଯାୟୀ, ଗତକାଲି ଅପରାହ୍ନ ସମୟରେ ପୁଣେ ବିମାନ ବନ୍ଦରରେ ଏୟାର ଇଣ୍ଡିଆର  ବିମାନ ଅପରାହ୍ନ ୪ଟାରେ ଦିଲ୍ଲୀ ଅଭିମୁଖେ ଉଡାଣ ଭରିବାକୁ ପ୍ରସ୍ତୁତ ହେଉଥିଲା । ବିମାନ ରନୱରେ ଆଡକୁ ଯାଉଥିବା ବେଳେ ହଠାତ୍ ଗୋଟିଏ ଲଗେଜ ଟ୍ରାକ୍ଟର ସହ ପିଟି ହୋଇଯାଇଥିଲା । ଏହି ସମୟରେ ବିମାନରେ ପାଖାପାଖି ୧୮୦ ଯାତ୍ରୀ ରହିଥିଲେ । ତେବେ ଏକ ବଡ ଅଘଟଣ ଟଳି ଯାଇଥିଲା । ଟ୍ରାକ୍ଟର ସହ ଧକ୍କା ହେବା ଫଳରେ ବିମାନର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବାବେଳେ କୌଣସି ଯାତ୍ରୀ କିମ୍ବା କ୍ରୁ ଆହତ ହୋଇନ ଥିବା ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣା ପରେ ଯାତ୍ରୀମାନଙ୍କୁ ବିମାନରୁ ବାହାରକୁ ନିଆଯାଇଥିଲା । ପରେ ଆଉ ଏକ ବିମାନରେ ଯାତ୍ରୀମାନଙ୍କୁ ଗନ୍ତବ୍ୟ ସ୍ଥଳକୁ ନେବାର ବ୍ୟବସ୍ଥା କରାଯାଇଥିଲା । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.