ପ୍ରମୂଖ ଖବର
  • ଆଠଗଡ଼: ଯୁବତୀଙ୍କ ଅନ୍ତରଙ୍ଗ ଭିଡିଓ ଭାଇରାଲ୍‌ ଅଭିଯୋଗ, ଯୁବକ ଗିରଫ
  • ||
  • ଭୁବନେଶ୍ବର: ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସଂଗଠନ ସ୍ଥିତିି ନେଇ ହୋଇପାରେ ଆଲୋଚନା
  • ||
  • ବଳଙ୍ଗାରେ ନାବାଳିକାଙ୍କୁ ଜାଳିଦେବା ମାମଲା, ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଯିବେ କ୍ରାଇମବ୍ରାଞ୍ଚ ଓ ପୁଲିସ ଟିମ୍
  • ||
  • ଭୁବନେଶ୍ବର: ସହିଦ ନଗରରେ ରହୁଥିବା IT ଅଫିସରଙ୍କ ଘରୁ ଲୁଟ୍, ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ମାଞ୍ଚେଷ୍ଟର ଟେଷ୍ଟରେ ବଦଳିବ ଟିମ୍ ଇଣ୍ଡିଆ ଚୂଡ଼ାନ୍ତ ଏକାଦଶ; କୁଲଦୀପ, କାମ୍ବୋଜ, ସର୍ଦୁଲ ପ୍ରତିଦ୍ୱନ୍ଦ୍ୱିତା
  • ||
  • ଢ଼େଙ୍କାନାଳ: ଗୋରୁ ବୋଝେଇ କଣ୍ଟେନର ଜବତ : ୧୮ ଗୋରୁ ଉଦ୍ଧାର, ଡ୍ରାଇଭର୍ ଫେରାର
  • ||
  • ମାଲକାନଗିରିରେ ପ୍ରବଳ ବର୍ଷା; ଯୋଡ଼ାମ୍ବ ସ୍ୱାସ୍ଥ୍ୟକେନ୍ଦ୍ରରେ ୩ ଫୁଟରେ ପାଣି, ରୋଗୀ ଓ କର୍ମଚାରୀ ହନ୍ତସନ୍ତ
  • ||
  • ଭାରତରେ ୭୦,୦୦୦ କୋଟି ନିବେଶ କରିବ ନୟାରା ଏନର୍ଜି: ଇୟୁର କଟକଣାକୁ ବେଆଇନ ଦର୍ଶାଇଲା କମ୍ପାନି
  • ||
  • ପୁରୀ: ସମଙ୍ଗ ପାର୍କିଂରେ ରୋମିଓଙ୍କ ଉତ୍ପାତ: ଧରାପଡ଼ିଲେ ୨, ଖସିଗଲେ ୪
  • ||
  • ନୂଆଦିଲ୍ଲୀ : ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ୨୩ରୁ ପ୍ରବଳ ବର୍ଷା, ୨୪ରେ ଲଘୁଚାପ; ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ
  • ||

ଅବତରଣ ସମୟରେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ, ଫାଟିଗଲା ୩ଟି ଚକ

Published By : Tapas Panda | July 21, 2025 4:10 PM

Image Courtesy: livemint

ମୁମ୍ବାଇ: ମୁମ୍ବାଇ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। କେରଳର କୋଚିରୁ ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ରନୱେରୁ ତଳକୁ ଖସି ଯାଇଥିଲା। ପ୍ରବଳ ବର୍ଷା ଯୋଗୁଁ ହୋଇଥିବା ଏହି ଦୁର୍ଘଟଣାରେ ବିମାନର ତିନୋଟି ଟାୟାର ଫାଟି ଯାଇଥିବା ଜଣାପଡ଼ିଛି । କିନ୍ତୁ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।  ବିମାନଟି ଅବତରଣ ସମୟରେ ମୁମ୍ବାଇରେ ପ୍ରବଳ ବର୍ଷା ହେଉଥିଲା  । ଏହି କାରଣରୁ ବିମାନ - AI2744  ରନୱେରୁ ତଳକୁ ଖସି ଯାଇଥିଲା । 

ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବରେ ବାହାର କରାଯାଇଛି ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି । ଏୟାରଲାଇନ୍ସର ମୁଖପାତ୍ର କହିଛନ୍ତି, ‘ଜୁଲାଇ ୨୧ରେ, କୋଚିରୁ ମୁମ୍ବାଇ ଯାଉଥିବା ବିମାନ AI2744 ମୁମ୍ବାଇ ବିମାନବନ୍ଦରରେ ଅବତରଣ କରିବା ସମୟରେ ରନୱେରୁ  ଖସି ଯାଇଥିଲା । ଏହା ସତ୍ତ୍ବେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବାହାର କରାଯାଇଥିଲା । ତଦନ୍ତ ପାଇଁ ବିମାନକୁ ଅସ୍ଥାୟୀ ଭାବରେ ଗ୍ରାଉଣ୍ଡେଡ୍ କରାଯାଇଛି।’

 ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟ ଏହି ଘଟଣାକୁ ନେଇ ଏକ ବିବୃତ୍ତି ଜାରି କରିଛି।  ଜୁଲାଇ ୨୧, ୨୦୨୫ ସକାଳ ୦୯:୨୭ ସମୟରେ, କୋଚିରୁ ଆସୁଥିବା ଏକ ବିମାନ ମୁମ୍ବାଇ ବିମାନବନ୍ଦରର ରନୱେରେ ଅବତରଣ କରିବା ସମୟରେ ତଳକୁ ଖସି ଯାଇଥିଲା । ଘଟଣା ପରେ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ସମସ୍ତ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କୁ ତୁରନ୍ତ ବିମାନରୁ ବାହାର କରାଯାଇଥିଲା । ସେମାନେ ସମସ୍ତେ ସୁରକ୍ଷିତ ଅଛନ୍ତି । ମୁଖ୍ୟ ରନୱେ ୦୯/୨୭ରେ ସାମାନ୍ୟ କ୍ଷତି ହୋଇଥିବା ରିପୋର୍ଟରେ କୁହାଯାଇଛି । କାର୍ଯ୍ୟ ଜାରି ରଖିବା ପାଇଁ ଦ୍ୱିତୀୟ ରନୱେ ୧୪/୩୨କୁ ସକ୍ରିୟ କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.