ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଅକ୍ଷୟ ମହାନ୍ତିଙ୍କ ଜୀବନୀ ଗୀତକୁ ନେଇ ଫିଲ୍ମ "ଖୋକା ଭାଇ ତମ ପାଇଁ"ର ଶୁଭ ମହୁରତ

ଭୁବନେଶ୍ବର, ୨୧/୩ :  ଅକ୍ଷୟ ମହାନ୍ତି – ଏହା କେବଳ ଜଣେ ବ୍ୟକ୍ତିର ନାଁ ନୁହେଁ, ବରଂ ଏକ ଇତିହାସ । ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ । ‘ଯା’ ରେ ଭାସି ଭାସି ଯା’ଠାରୁ ‘କଳଙ୍କିତ ଏକ ନାୟକ’ ପର୍ଯ୍ୟନ୍ତ ଏକ ଲମ୍ବା ଇତିହାସର ନାଁ ଅକ୍ଷୟ ମହାନ୍ତି । ସେହି ଇତିହାସ ଆଜି ମଧ୍ୟ ଜୀବିତ ଆମମାନଙ୍କ ଭିତରେ ତାଙ୍କ ସଙ୍ଗୀତ ମାଧ୍ୟମରେ, ଆଉ ତା’ର ପ୍ରମାଣ ନେଇକି ଆସୁଛି କୁହୁ ସିନେ ଫ୍ଲିକ୍ସ ଓ ଭଦ୍ରା ମୋସନ ଷ୍ଟୁଡିଓର ମିଳିତ ଉଦ୍ୟମରେ ଏକ ନିଆରା ଫିଲ୍ମ । ଯାହାର ଟାଇଟଲ "ଖୋକା ଭାଇ ତମ ପାଇଁ" ରହିଛି । ପୂର୍ବରୁ ଏହାର ଟାଇଟେଲ ଘୋଷଣା ହୋଇସାରିଥିବାବେଳେ ଗୁରୁବାର ଫିଲ୍ମର ଶୁଭ ମହୁରତ ଆର.ସି.ଏମ୍ ଜଗନ୍ନାଥ ମନ୍ଦିରରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଖୋକା ଭାଇଙ୍କ ସୁପୁତ୍ର ମିତ୍ରଭାନୁ ମହାନ୍ତି, ନିର୍ଦ୍ଦେଶକ ଗିରିଶ ମହାନ୍ତି, ପ୍ରଯୋଜକ ଶୁଭେନ୍ଦୁ ସାହୁ, ଉପାସନା ମହାନ୍ତି, କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ, ନାୟକ ସ୍ୱରାଜ, ନାୟିକା ଲକି ମନୀଷା, ଶ୍ଵେତା ଆଚାର୍ଯ୍ୟଙ୍କ ସମେତ ୟୁନିଟ ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ l 

ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ଵରେ ଗିରିଶ ମହାନ୍ତି ଓ ତାଙ୍କ ଟିମ୍ ଅଛନ୍ତି l  କାହାଣୀ ଲେଖିଛନ୍ତି ଭରଦ୍ଵାଜ ପଣ୍ଡା ଓ ଅକ୍ଷୟ ମହାନ୍ତିଙ୍କ ସୁପୁତ୍ର ମିତ୍ରଭାନୁ ମହାନ୍ତି । ତେବେ କାହିଁକି ଏହି ଫିଲ୍ମ ନିଆରା ତା' ଉପରେ ଆଲୋକପାତ କରଛି ଫିଲ୍ମର ଟିମ୍ । ଆକାଶବାଣୀର ସୁଗମ ସଙ୍ଗୀତଠାରୁ ଓଡ଼ିଆ ସିନେମା ସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତ ଯାଏଁ ସବୁଠି ଖୋକା ଭାଇ ରାଜ୍ କରିଥିଲେ । ତାଙ୍କ ଶବ୍ଦରେ ଓ ସୁରରେ ଥିଲା ଖାଣ୍ଟି ଓଡ଼ିଆମୀ । ସମାଜର ସାଧାରଣ ଲୋକର କଥା କହୁଥିଲା ତାଙ୍କ ଗୀତ ଅର୍ଥାତ ତାଙ୍କର ସମସ୍ତ ଗୀତରେ ରହିଥିଲା ଏକ କାହାଣୀ କେତେବେଳେ ପ୍ରେମ, କେତେବେଳେ ବିରହ ତ କେତେବେଳେ ଖୁସି । ସଙ୍ଗୀତରେ ଏମିତି ଯାଦୁ ଥିଲା ଓ ନିଆରାପଣ ଥିଲା ଯେ, ସେଥିପାଇଁ ଓଡ଼ିଶାର ବଦ୍‌ମାସ୍‌ ଟୋକାଙ୍କଠାରୁ ଘର କୋଣର ନୂଆବୋହୂ ପର୍ଯ୍ୟନ୍ତ ସମସ୍ତେ ଗୁଣୁଗୁଣଉ ଥିଲେ ତାଙ୍କ ଗୀତ। ଖୋକା ଭାଇ ଥିଲା ବେଳେ ଯେତିକି, ସେ ଗଲା ପରେ ତା’ଠୁ ବେଶି ଆଉ ଆଜି ଆମ କର୍ମମୟ ଜୀବନରେ ତାଙ୍କର ସେହି ଗୀତ ଗୁଡିକ ଖାପ ଖାଉଛି ଓ ସେହି ସମ୍ପର୍କକୁ ନେଇ ତିଆରି ହେଉଛି ଫିଲ୍ମ ଖୋକା ଭାଇ ତୁମ ପାଇଁ l 

କାହାଣୀର ନାୟକ ଏକବିଂଶ ଶତାବ୍ଦୀରେ ବଞ୍ଚୁଥିବାବେଳେ ଅକ୍ଷୟ ସଙ୍ଗୀତ ଶୁଣି ନିଜକୁ ସେଥିରେ ମଗ୍ନ କରିଦେଇଛି । ନାୟକର ଜୀବନ ମଧ୍ୟ ଅକ୍ଷୟ ସଙ୍ଗୀତ ପରି ଗଡି ଚାଲିଛି ଓ ତାକୁ ପ୍ରେମ ହୋଇଯାଇଛି ହେଲେ ନାୟିକାକୁ କହିବ କେମିତି ? ତେଣୁ ସେ ନିଜକୁ ହଜାଇ ଦେଇଛି ଅକ୍ଷୟ ସଙ୍ଗୀତରେ ଓ ତାର ଉତ୍ତର ମଧ୍ୟ ପାଇଛି ସେହି ସଙ୍ଗୀତରୁ । କିନ୍ତୁ ତା’ପରେ ସେଇ ଅକ୍ଷୟ ସଙ୍ଗୀତ ପାଇଁ ହରେଇ ବସିଛି ନିଜ ପ୍ରେମିକାକୁ ଓ ଦୋଷ ଦେଇଛି ଖୋକା ଭାଇଙ୍କ ଗୀତକୁ । ହେଲେ ପ୍ରେମିକାକୁ ଫେରିପାଇବା ପାଇଁ ମଧ୍ୟ ସେ ପୁଣି ଭରସା କରିଛି ସେହି ଅକ୍ଷୟ ସଙ୍ଗୀତକୁ ଓ ସଫଳ ମଧ୍ୟ ହୋଇଛି । ଏହିପରି ଜୀବନର ପ୍ରତ୍ଯେକ ମୁହୂର୍ତ୍ତରେ ନାୟକର ଆଧୁନିକ ଜୀବନରେ ପ୍ରାସଙ୍ଗିକତା ହୋଇଛି ଅକ୍ଷୟ ସଙ୍ଗୀତ ଓ ଫିଲ୍ମଟିକୁ ଅତ୍ୟନ୍ତ ରୁଚି ପୂର୍ଣ୍ଣ କରିଛି ବୋଲି କହିଛନ୍ତି କାହାଣୀର ଲେଖକ ଭରଦ୍ଵାଜ ପଣ୍ଡା । 

ଏହି ଫିଲ୍ମଟି ଅକ୍ଷୟ ମହାନ୍ତିଙ୍କ ଜୀବନୀ ନୁହେଁ ବରଂ ତାଙ୍କ ସଙ୍ଗୀତରୁ ତିଆରି ଏକ ଆଧୁନିକ କାହାଣୀ । ଯାହା ବର୍ତ୍ତମାନର ଯୁବପିଢିକୁ ଅକ୍ଷୟ ସଙ୍ଗୀତର ଏକ ଅପ୍ରତ୍ୟାଶିତ ଛୁଆଁ ଦେବା ସହ ପୁରୁଣା ପିଢୀର ମନରେ ଥିବା ଅକ୍ଷୟ ସଙ୍ଗୀତକୁ ଉଜାଗର କରିବ ନିଶ୍ଚୟ । ଏହି ଫିଲ୍ମଟିକୁ ଏକା ସାଙ୍ଗରେ ତିନିପୀଢି ଦେଖି ଉତ୍ସାହିତ ହେବେ ବୋଲି ପ୍ରଯୋଜକ ତଥା ନିର୍ଦ୍ଦେଶକ ଆଶା କରିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.