ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଅଣସର ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ, ମହାପ୍ରଭୁଙ୍କର ଚାଲିଛି ଗୁପ୍ତ ନିତି

ବ୍ରହ୍ମଗିରି, ୦୫/୦୬ : ବ୍ରହ୍ମଗିରିର ଶ୍ରୀ ଅଲାରନାଥଙ୍କ ପୀଠରେ ଆରମ୍ଭ ହୋଇଛି ଅଣସର ଦର୍ଶନ । ସୋମବାର ପ୍ରଥମ ଦିନରେ ଶ୍ରୀ ଅଲାରନାଥଙ୍କ ଅଣସର ଦର୍ଶନରେ ସକାଳୁ ଭକ୍ତଙ୍କ ଭିଡ଼ ଲାଗିଥିଲା ।

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ଜଳରେ ସ୍ନାନ ପରେ ଅଣସର ଗୃହରେ ଗୁପ୍ତ ସେବା ନୀତି ପାଇଁ ଯାଇଥାନ୍ତି । ସେହି ସମୟରେ ଦାରୁବ୍ରହ୍ମ ଜଗନ୍ନାଥଙ୍କ ଦର୍ଶନରୁ ଭକ୍ତମାନେ ବଞ୍ଚିତ ନହେବା ପାଇଁ ଦାରୁବ୍ରହ୍ମରୁ ଦର୍ଶନ ଦେଇଥାନ୍ତି ଶିଳା ବ୍ରହ୍ମଚତୁର୍ଭୁଜ ନାରାୟଣ ରୂପରେ । ସେଥିପାଇଁ ସେହି ଶିଳା ବ୍ରହ୍ମ ସ୍ୱରୂପ ପ୍ରଭୁ ଶ୍ରୀ ଅଲାରନାଥଙ୍କ ଦର୍ଶନର ମହାନତା ରହିଥିଛି । ବ୍ରହ୍ମଗିରିସ୍ଥ ପ୍ରଭୁ ଶ୍ରୀଅଲାରନାଥଙ୍କ ପୀଠରେ ଭକ୍ତ ମାନେ ୧୪ ଦିନ ଧରି ଜଗନ୍ନାଥଙ୍କ ଶିଳାବ୍ରହ୍ମ ଶ୍ରୀ ଅଲାରନାଥଙ୍କ ଦର୍ଶନ କରିବେ । ଏହି ଚଉଦ ଦିନ ବ୍ରହ୍ମଗିରି ଅଲାରନାଥ ପୀଠ ପାଲଟିଯାଏ ଦ୍ୱିତୀୟ ଶ୍ରୀକ୍ଷେତ୍ର। ଏହି ୧୪ ଦିନ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି। ଶ୍ରୀଜିଉଙ୍କ ଅଣସର ଦର୍ଶନ କରିବା ସହିତ ଶାନ୍ତି ଶୃଙ୍ଖଳାର ସହିତ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ।

ଭୋର ୪ ଟାରେ ମନ୍ଦିର ଖୋଲିବା ପରେ ମଙ୍ଗଳ ଆଳତୀ, ଅବକାଶ, ତଡ଼ପ ଲାଗି, ବେଶ , ତୁଳସିଲାଗି,ସାଢେ଼ ୫ ଟାରେ ଗୋପାଳ ବଲ୍ଲଭ ସରିବାପରେ ଏବେ ସର୍ବସାଧାରଣ ଦର୍ଶନରେ ଦର୍ଶନ ଚାଲିଛି ।

Copyright © 2022 - Summa Real Media Private Limited. All Rights Reserved.