ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ଜନ୍ମଦିନରେ ଆଣ୍ଠୁମାଡ଼ି ଗୀତ ଗାଇଲେ ଏହି ଦେଶର ପ୍ରଧାନମନ୍ତ୍ରୀ, ଦେଲେ ସ୍ବତନ୍ତ୍ର ଉପହାର...

Published By : Ladu Kishor | January 16, 2025 8:51 PM

ନୂଆଦିଲ୍ଲୀ: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ବୁଧବାର ତାଙ୍କର ୪୮ ତମ ଜନ୍ମଦିନକୁ ଏକ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏହି ଅବସରକୁ ସ୍ମରଣୀୟ କରିବାରେ ଆଲବାନିଆର ପ୍ରଧାନମନ୍ତ୍ରୀ ଏଡି ରାମାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା । ସେ ଆବୁଧାବିରେ ଅନୁଷ୍ଠିତ ଓ୍ବାର୍ଲଡ ଫ୍ୟୁଚର ଏନର୍ଜି ସମିଟ୍ ସମୟରେ ମେଲୋନିଙ୍କ ପାଇଁ ଆଣ୍ଠୁରେ ବସି ଏକ ଗୀତ ଗାଇ ଏବଂ ଏକ ସ୍ୱତନ୍ତ୍ର ଉପହାର ଦେଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ।

ସୂଚନା ମୁତାବକ ଶିଖର ସମ୍ମିଳନୀ ସମୟରେ, ଏଡି ରାମା ଇଟାଲୀ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ପାଇଁ ଆଣ୍ଠୁମାଡ଼ି ବସିଥିଲେ ଏବଂ "ତାଣ୍ଟି ଅଗୁରି" (ଇଟାଲୀୟ ଭାଷାରେ ଜନ୍ମଦିନର ଶୁଭେଚ୍ଛା) ଗାଇଥିଲେ। ଏହା ପରେ ସେ ମେଲୋନିଙ୍କୁ ଏକ ହାଲୁକା ସ୍କାର୍ଫ ଉପହାର ଦେଇଥିଲେ । ବିଶେଷ କଥା ହେଉଛି ସେ ଏହି ସ୍କାର୍ଫକୁ ନିଜ ହାତରେ ମେଲୋନିଙ୍କ ଉପରେ ପିନ୍ଧାଇଥିଲେ, ଯାହା ଯୋଗୁଁ ସେଠାରେ ଉପସ୍ଥିତ ଅନ୍ୟ ନେତାମାନେ ବହୁତ ପ୍ରଭାବିତ ହୋଇଥିଲେ ଏବଂ ତାଳି ବଜାଇ ଏହି ମୁହୂର୍ତ୍ତକୁ ସ୍ୱାଗତ କରିଥିଲେ।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଉପହାର ଦେବା ପରେ, ରାମା ମେଲୋନିଆଙ୍କୁ ଏହା ମଧ୍ୟ କହିଥିଲେ ଯେ ଏହାକୁ ଜଣେ ଇଟାଲୀୟ ଡିଜାଇନର୍ ଡିଜାଇନ୍ କରିଛନ୍ତି, ଯିଏ ବର୍ତ୍ତମାନ ଆଲବାନିଆରେ ରହୁଛନ୍ତି। ଏହି ଉପହାର ଦୁଇ ନେତାଙ୍କ ମଧ୍ୟରେ ଦୃଢ଼ କାର୍ଯ୍ୟ ସମ୍ପର୍କକୁ ପ୍ରତିଫଳିତ କରିବ । ତଥାପି, ରାମା ଏବଂ ମେଲୋନିଙ୍କ ରାଜନୈତିକ ବିଚାରଧାରା ଭିନ୍ନ। ମେଲୋନି ଦକ୍ଷୀଣପନ୍ଥୀ ପାର୍ଟୀ ବ୍ରଦର୍ସ ଅଫ୍ ଇଟାଲୀର ନେତୃତ୍ୱ ନେଉଥିବା ବେଳେ ରାମା ଆଲବାନିଆର ସୋସାଲିଷ୍ଟ ପାର୍ଟିର ନେତୃତ୍ୱ ନେଉଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.