ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଆମର ଭାଷାଗତ ଐତିହ୍ୟକୁ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ ହେଉଛି : ଧର୍ମେନ୍ଦ୍ର ପ୍ରଧାନ

Published By : Gurupada Nath | October 18, 2024 6:06 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୧୮/୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିକଟରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳା ଭାଷାରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ମଞ୍ଜୁର କରିଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ଏହି ସବୁ ଭାଷାର ଭାଷାବିତମାନଙ୍କୁ ଭେଟି ସାକ୍ଷାତ୍ ଆଲୋଚନା କରିଛନ୍ତି ।    

ଏହି ଭାରତୀୟ ଭାଷା ଗୁଡ଼ିକୁ ଶାସ୍ତ୍ରୀୟ ଭାଷା ତାଲିକାରେ ଅନ୍ତର୍ଭୁକ୍ତ କରିଥିବାରୁ ଭାଷାବିତମାନେ ଖୁସି ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ସବୁ ଭାଷାକୁ ପ୍ରୋତ୍ସାହିତ ଓ ସୁସମୃଦ୍ଧ କରିବା ଦିଗରେ ସମସ୍ତେ ନିଜର ସମର୍ଥନ ଜଣାଇଛନ୍ତି । ଏ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆମ ଭାଷା ଗୁଡିକ ହେଉଛି 'ଭାରତୀୟତା'ର ପ୍ରାଣ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ସବୁ ଭାରତୀୟ ଭାଷା ବା ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରୁଛନ୍ତି । ଜାତୀୟ ଶିକ୍ଷା ନୀତିର କଳ୍ପନା ଅନୁସାରେ ଆମର ଭାଷାଗତ ଐତିହ୍ୟକୁ ସମ୍ମାନ ଜଣାଇବା ସହ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ କରୁଛନ୍ତି । ମାତୃ ଭାଷା ଶିକ୍ଷାକୁ ସୁଗମ କରିବା, ସମସ୍ତ ଭାରତୀୟ ଭାଷା ଉପରେ ସମାନ ଗୁରୁତ୍ୱ ଦେବା ସହିତ ବହୁଭାଷାଭିତ୍ତିକ ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।  

ଉଲ୍ଲେଖନୀୟ ଯେ, ଭାରତ ସରକାର ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମlଲlୟାଲମ୍‌ ଓ ଓଡ଼ିଆ ଭାଷା ଗୁଡିକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇସାରିଛନ୍ତି । ଶାସ୍ତ୍ରୀୟ ଭାଷାକୁ ପ୍ରୋତ୍ସାହିତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ସଂସ୍କୃତ ଭାଷାର ପ୍ରଚାର ପାଇଁ ସଂସଦର ଏକ ଅଧିନିୟମ ମାଧ୍ୟମରେ ୨୦୨୦ରେ ତିନୋଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ପ୍ରାଚୀନ ତାମିଲ ଗ୍ରନ୍ଥଗୁଡିକର ଅନୁବାଦକୁ ସୁଗମ କରିବା ଅନୁସନ୍ଧାନକୁ ପ୍ରୋତ୍ସାହିତ କରିବା ଏବଂ ତାମିଲର ଭାଷା ଛାତ୍ରମାନଙ୍କ ପାଇଁ ପାଠ୍ୟକ୍ରମ ପ୍ରଦାନ କରିବାକୁ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ ସଂସ୍ଥାନ ପ୍ରତିଷ୍ଠା କରାଯାଇଥିଲା ।

ଶାସ୍ତ୍ରୀୟ ଭାଷାର ଅଧ୍ୟୟନ ଏବଂ ସଂରକ୍ଷଣକୁ ଆହୁରି ବଢ଼ାଇବା ପାଇଁ ମହୀଶୁରରେ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆନ୍ ଲାଙ୍ଗୁଏଜ୍ ଅଧିନରେ ଶାସ୍ତ୍ରୀୟ କନ୍ନଡ, ତେଲୁଗୁ, ମାଲାୟାଲମ୍ ଏବଂ ଓଡିଆରେ ଅଧ୍ୟୟନ ପାଇଁ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଏହି ପଦକ୍ଷେପଗୁଡିକ ସହିତ, ଶାସ୍ତ୍ରୀୟ ଭାଷା କ୍ଷେତ୍ରରେ ଉପଲବ୍ଧତାକୁ ମାନ୍ୟତା ଦେବା ସହ ପ୍ରୋତ୍ସାହିତ  କରିବା ପାଇଁ ଅନେକ ଜାତୀୟ ଏବଂ ଅର୍ନ୍ତଜାତୀୟ ପୁରସ୍କାର ମଧ୍ୟ ଆରମ୍ଭ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.