ମେଷ : ସକାଳ ୮ଟା ୧୬ ମିନିଟ୍ ଗତେ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : ଏକାଦଶ ଓ ଦ୍ୱାଦଶଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳ ଟୁଳ ନୀତି ଅବଲମ୍ବନ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ କିମ୍ବା ସଞ୍ଚୟରେ ଧନ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ମୃଗ ଶିରା ବୃଷ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ମିଥୁନ : ଦଶମ ଓ ଏକାଦଶଚନ୍ଦ୍ର, ଏକାଦଶୀ ତିଥି ଏବଂ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଦଶମଚନ୍ଦ୍ର, ଗୁରୁବାର ଓ ୮ଟା ୧୨ ମିନିଟ୍ ପରେ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ପୂର୍ବରୁ ହୋଇଥିବା କ୍ଷତିରଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ ଏବଂ ହୃତ ସମ୍ମାନ ଫେରି ପାଇବେ । ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ ।ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ ।ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ନିଜର ପ୍ରୀୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ ।ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀସିଂହ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଅଷ୍ଟମଚନ୍ଦ୍ର ଓ ସକାଳ ୮ଟା ୧୬ ମିନିଟ୍ ପରେ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟବ୍ୟବହାର ଓ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତକର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁ ସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତର ଫାଲ୍ଗୁନୀ କନ୍ୟା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ସପ୍ତମ ଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଶାରୀରିକ ପୀଡ଼ା ଭୋଗିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ସୃଷ୍ଟି ହେବ । ପୁତ୍ର କନ୍ୟା, ଭାତୃଭଗ୍ନୀଙ୍କ ବୈବାହିକକର୍ମର ଆୟୋଜନରେ ବ୍ୟସ୍ତ ରହିବେ ଏବଂ ନିଜକୁ ସାମାଜିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖାତୁଳା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଷଷ୍ଠଚନ୍ଦ୍ର, ଗୁରୁବାର ଓ ସକାଳ ୮ଟା ୧୬ ମିନିଟ୍ ପରେ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ଧନୁ : କୃଷ୍ଣ ପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ପାରିବାରି କବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଧନୁ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠାମକର ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

କୁମ୍ଭ : ତୃତୀୟ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ରହିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ଆଜି ସହଜ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ ।ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯାଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩