ପ୍ରମୂଖ ଖବର
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

Published By : Prameya | February 1, 2025 7:04 PM

କେସିଙ୍ଗା,୦୧।୨: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଆଥଲେଟିକ ଏଣ୍ଡ କଲ୍ଚରାଲ ଆସୋସିଏସନ୍ ଆନୁକୁଲ୍ୟରେ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି। ଉଦଘାଟନୀ ମ୍ୟାଚ ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗୀର ସହିତ ସ୍ପୋଟର୍ସ ହଷ୍ଟେଲ ଫୁଲବାଣୀ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଛି । 

କଳାହାଣ୍ଡି ଜିଲ୍ଲା ଆଥଲେଟିକ ଆସୋସିଏସନ୍ ସଭାପତି ଜଗମୋହନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ।  ଏଥିସହ ଟୁର୍ଣ୍ଣାମେଣ୍ଟର  କ୍ରୀଡା ପତାକାକୁ ଉତ୍ତୋଳନ କରିବା ସହିତ ଟ୍ରଫିକୁ ଉନ୍ମୋଚନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ସାହା, କଳାହାଣ୍ଡି ଜିଲ୍ଲା ଆଥଲେଟିକ ଆସୋସିଏସନ୍ ସମ୍ପାଦକ ସୁନୀଲ ବେହେରା ଉପସ୍ଥିତ ଥିଲେ । କେସିଙ୍ଗା ଆଥଲେଟିକ ଏଣ୍ଡ କଲ୍ଚରାଲ ଆସୋସିଏସନ୍ ସଭାପତି ତଥା ପୂର୍ବତନ ନଗରପାଳ ରାମକୁମାର ଜୈନ,ସମ୍ପାଦକ ପୁରନ୍ଦର ଭୋଇ, ଅଭିମନ୍ୟୁ ମହାନନ୍ଦ,ପୂର୍ବତନ ନଗରପାଳ ସରିତା ସିନ୍ଦୂର, ବଳରାମ ସୁନା ପ୍ରମୁଖ ଉପସ୍ଥିତ ଥିଲେ ।  ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଆସନ୍ତା ୮ ତାରିଖରେ ଅନୁଷ୍ଠିତ  ହେବ। କେସିଙ୍ଗା ଅଗ୍ନିଶମ କାର୍ଯ୍ୟାଳୟ ନିକଟରେ ଥିବା ମିନି ଷ୍ଟାଡିୟମରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଛି । ଏଥିରେ  ସର୍ବମୋଟ ୮ ଟି ଦଳ ଯୋଗ ଦେଇଛନ୍ତି। 

ସୂଚନାଯୋଗ୍ୟ ଯେ, ଦୀର୍ଘ ୩୦ ବର୍ଷର ବ୍ୟବଧାନ ପରେ କେସିଙ୍ଗାରେ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜନ ହୋଇଥିବାରୁ ଅଞ୍ଚଳର କ୍ରୀଡାବିତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି  । ‌କେସିଙ୍ଗା ଆଥଲେଟିକ ଏଣ୍ଡ କଲ୍ଚରାଲ ଆସୋସିଏସନ୍ ପକ୍ଷରୁ ଏହି ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.