ମେଷ : ଷଷ୍ଠ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଘାତଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପୁତ୍ରକନ୍ୟା, ପିତାମାତାଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ମିଳିବ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ତୃତୀୟ ଚନ୍ଦ୍ର, ଗୁରୁବାର, ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ ।

କନ୍ୟା : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ସମସ୍ତଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମାଇବା ପାଇଁ ନୂତନ ନୀତି ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ ।

ଶୁଭ ରଙ୍ଗ ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।

ବିଛା : ଏକାଦଶ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ବିିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦଶମ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଗଜନ୍ନାଥ ।

ମକର : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କଠାରୁ ଅପମାନ ମିଳିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତବାର, ଘାତତିଥି ଓ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଉ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶତଭୁଷା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : ସପ୍ତମ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରେବତୀ ଓ ପୂର୍ବଭାଦ୍ର ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩