PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ଅଲ ଓଡ଼ିଶା ଲୟରର୍ସ ଆସୋସିଏସନ୍‌ର ୫୧ତମ ବାର୍ଷିକ ସମ୍ମିଳନୀ

ଚଣ୍ଡିଖୋଲ, ୩୦/୧୨ : ଯାଜପୁର ଜିଲ୍ଲା ଚଣ୍ଡିଖୋଲସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଅଲ ଓଡ଼ିଶା ଲୟରର୍ସ ଆସୋସିଏସନର ୫୧ତମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଙ୍ଘ ସଭାପତି ଗୋପାଳକୃଷ୍ଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀକୁ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଜୟ କୁମାର ନାୟକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ମଦନ ମୋହନ ଦାସ, ବରିଷ୍ଠ ଆଇନଜୀବୀ ମାନସ ରଞ୍ଜନ ମହାପାତ୍ର, ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ସଭାପତି କାଳିପ୍ରସନ୍ନ ମିଶ୍ର, ମନୋରଞ୍ଜନ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ।

ପ୍ରତି ବର୍ଷ ଦୁଇ ଦିନ ଧରି ଏହି ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହେଉଥିବା ବେଳେ ଚଳିତ ଥର ଗୋଟିଏ ଦିନ ଏହାକୁ ପାଳନ କରାଯାଉଛି । ଏହି ସମ୍ମିଳନୀରେ ଆଇନଜୀବୀଙ୍କ ଏକତା, ସୁରକ୍ଷା ଓ ଭବିଷ୍ୟତ କାର୍ଯ୍ୟ ପନ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା । ପଶ୍ଚିମ ଓଡ଼ିଶାରେ ଆଇନଜୀବୀଙ୍କୁ ନେଇ ଘଟିଥିବା ଅପ୍ରୀତିକର ପରିସ୍ଥିତିର ଯେଭଳୀ ପୁନରାବୃତି ନହେବା ଏବଂ ନ୍ୟାୟିକ ବ୍ୟବସ୍ଥା ମଧ୍ୟରେ ଏହାର କିପରି ସମାଧାନ କରାଯିବ ସେନେଇ ସମ୍ମିଳନୀରେ ଆଲୋଚନା କରାଯାଇଥିଲା । ଚଣ୍ଡିଖୋଲ କୋର୍ଟ ବାର ଆସୋସିଏସନ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ କୋଣ ଅନୁକୋଣରୁ ବହୁ ଆଇନଜିବୀ ଯୋଗ ଦେଇଥିଲେ ।