ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ବାତ୍ୟା ପାଇଁ ରାଜ୍ୟ ବିଜେପିର ସମସ୍ତ କାର୍ଯ୍ୟକ୍ରମ ବାତିଲ, ଜାରି ହେଲା ହେଲ୍ପ ଲାଇନ ନମ୍ୱର

Published By : Harapriya Sethi | October 23, 2024 1:17 PM

ଭୁବନେଶ୍ୱର,୨୩/୧୦: ମାଡ଼ି ଆସୁଛି ଭୟଙ୍କର ବାତ୍ୟା ‘ଦାନା’ । ସେଥିପାଇଁ  ରାଜ୍ୟ ବିଜେପିର ସମସ୍ତ କାର୍ଯ୍ୟକ୍ରମ ବନ୍ଦ କରିବା ନେଇ ନିସ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏହି ଜଟିଳ ସ୍ଥିତିରେ ସମସ୍ତଙ୍କୁ ଦୃଢତାର ସହ ସାମ୍ନା କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟ ସଭାପତି ମନ ମୋହନ ସାମଲ । ବାତ୍ୟା ପାଇଁ ବିଜେପିର ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିବ । ଲୋକଙ୍କ ସେବା ପାଇଁ ସମସ୍ତ ବିଧାୟକ, ସାଂସଦ, କାର୍ଯ୍ୟକର୍ତା ଆଗେଇ ଆସିବେ । ଦଳ, ମତ ନିର୍ବିଶେଷରେ ସମସ୍ତେ ଏହି ବିପର୍ଯ୍ୟୟକୁ ମୁକାବିଲା କରିବାକୁ ଆଗେଇ ଆସନ୍ତୁ ବୋଲି ଅନୁରୋଧ କଲେ ରାଜ୍ୟ ସଭାପତି।

କେବଳ ସେତିକି ନୁହେଁ, ବିଜେପି ଏକ ହେଲ୍ପ ଲାଇନ ନମ୍ୱର ମଧ୍ୟ ଜାରି କରିଛି । ଯଦି କୌଣସି ବ୍ୟକ୍ତି ବାତ୍ୟା ସମୟରେ କିମ୍ୱା ବାତ୍ୟା ହେବାର ପରବର୍ତ୍ତୀ ସମୟରେ ଅସୁବିଧାର ସମ୍ମୁଖୀନ ହେଉଥାନ୍ତି, ତେବେ ଏହି ହେଲ୍ପ ଲାଇନ ନମ୍ୱରରେ କଲ୍‌ କରି ସାହାଯ୍ୟ ପାଇ ପାରିବେ ବୋଲି ଏକ ସାମ୍ୱାଦିକ ସମ୍ମୀଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.