ମେଷ : ଦ୍ୱାଦଶ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ କୃଷ୍ଣ ।
ବୃଷ : ଏକାଦଶ ଚନ୍ଦ୍ର, ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ : କମଳା ।
ମିଥୁନ : ଦଶମ ଚନ୍ଦ୍ର, ଦଶମୀ ତିଥି ଓ ବୁଧବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତବାର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଘଟିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଅଷ୍ଟମ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ବିରକ୍ତିଭାବ ଓ ଚିଡ଼ିିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା : ସପ୍ତମ ଚନ୍ଦ୍ର, ବୁଧବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ପରିଚିତ ମହିଳାଙ୍କଠାରୁ ଧନ ମିଳିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଷଷ୍ଠ ଚନ୍ଦ୍ର, ବୁଧବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ସକାଳ ୯ଟା ୨୧ ମିନିଟ୍ ପରେ ଘାତ ନକ୍ଷତ୍ର, ଘାତତିଥି ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନହାନି ଘଟିବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଚତୁର୍ଥ (ଘାତଚନ୍ଦ୍ର) ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ବିପର୍ଯ୍ୟୟ ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।
ମକର : ତୃତୀୟ ଚନ୍ଦ୍ର, ବୁଧବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସମସ୍ତ ଉନ୍ନତିମୂଳକ ଏବଂ ବିକାଶମୂଳକ କର୍ମକୁ ଆପଣାଇବେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆର୍ଥିକ ଠକାମିରେ ପଡ଼ିବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
ମୀନ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩