ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଙ୍ଗ୍ କଲେଜରେ ରାଗିଂ ଅଭିଯୋଗ, ଛାତ୍ର ଗୁରୁତର

Published By : Harapriya Sethi | November 6, 2024 10:28 AM

କେନ୍ଦୁଝର, ୦୬/୧୧: ରାତି ଅଧରେ ହଷ୍ଟେଲ କବାଟ ଭାଙ୍ଗି ରୁମ୍‌ରେ ପଶି ଲୁହା ରଡ଼ ଏବଂ ବାଡ଼ିରେ ପିଟିଲେ ସିନିୟର୍ ପିଲା  । ସିନିୟର୍ ପିଲାଙ୍କ ମାଡ଼ରେ ୨ୟ ବର୍ଷ ମାଇନିଂ ଛାତ୍ର ବିଶ୍ୱଜିତ ବେହେରା ଗୁରୁତର । ଏନେଇ ଥାନାରେ ଅଭିଯୋଗ କଲେ ପୀଡ଼ିତଙ୍କ ପରିବାର ଲୋକେ । କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଙ୍ଗ୍ କଲେଜରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବିଶ୍ୱଜିତ ପୂର୍ବରୁ ରାଗିଂର ଶିକାର ହୋଇଥିବା ବେଳେ ଏନେଇ ସେ କଲେଜ କର୍ତୃପକ୍ଷଙ୍କୁ ଅବଗତ କରାଇଥିଲେ । କିନ୍ତୁ କଲେଜ କର୍ତୃପକ୍ଷ କୌଣସି ପଦକ୍ଷେପ ନେବା ବଦଳରେ ସେମାନଙ୍କୁ ଚେତାବନୀ ଦେଇ ଛାଡ଼ି ଦେଇଥିଲେ । ପରେ ପୁଣି ଥରେ ରାଗିଂର ଶିକାର ହୋଇଥିଲେ ବିଶ୍ୱଜିତ । ସିନିୟର୍ ପିଲାମାନେ ରାତି ଅଧରେ ହଷ୍ଟେଲ କବାଟ ଭାଙ୍ଗି ପଶି ଲୁହା ରଡ଼ ଏବଂ ବାଡ଼ିରେ ବିଶ୍ୱଜିତଙ୍କୁ ପିଟିଥିଲେ । ଏଥିରେ ବିଶ୍ୱଜିତ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ପରେ ଏନେଇ ପୀଡ଼ିତଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି । କଲେଜ କର୍ତୃପକ୍ଷଙ୍କ ନିରବତା ପାଇଁ ଆଜି ଏପରି ଏକ ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.