ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଏସସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ, ସମ୍ପର୍କୀୟଙ୍କ ମାଡ଼ରେ ଡାକ୍ତର ଆଇସିୟୁରେ ଭର୍ତ୍ତି

କଟକ,୧୩।୮ : ଏସସିବି ମେଡିକାଲରେ ଜଣେ  ଜୁନିୟର ଡାକ୍ତର  ରୋଗୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଡାକ୍ତରଙ୍କ ବିରୋଧରେ ରୋଗୀଙ୍କ ସମ୍ପର୍କୀୟ ମଙ୍ଗଳାବାଗ ଥାନାରେ ଏତଲା ଦେଇଛନ୍ତି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। 

ଗତ ୧୧ ତାରିଖରେ ମହିଳା ଜଣକ କାର୍ଡିଓଲୋଜି ବିଭାଗକୁ ଇକୋ କରିବାକୁ ଆସିଥିଲେ।  ଏହି ସମୟରେ ମହିଳାଙ୍କୁ ଜଣେ ଜୁନିୟର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା।ଉକ୍ତ ଡାକ୍ତରଙ୍କ ନାଁରେ ରୋଗୀ ସମ୍ପର୍କୀୟ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିଲେ । ଏତଲା ଆଧାରରେ ମଙ୍ଗଳାବାଗ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଏହା ସହ ପୋଲିସ ପୀଡ଼ିତାଙ୍କ ବୟାନକୁ ରେକର୍ଡ କରିଥିବା ଅତିରିକ୍ତ ଡିସିପି ଅନିଲ କୁମାର ମିଶ୍ର ସୂଚନା ଦେଇଛନ୍ତି ।

 ଅନ୍ୟପଟେ ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଆକ୍ରମଣରେ ଉକ୍ତ ଡାକ୍ତର ଗୁରୁତର ଆହତ ହେବା ସହ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି।  ଡାକ୍ତରଙ୍କ ପରିବାର ଲୋକ ମଙ୍ଗଳାବାଗ ଥାନାରେ ମଧ୍ୟ ଏକ ଏତଲା ଦାଏର କରିଛନ୍ତି।  ପୋଲିସ ୨ ଟି ଯାକ ମାମଲାକୁ ନେଇ ତଦନ୍ତ କରୁଛି। ଖୁବଶୀଘ୍ର ସତ ସାମ୍ନାକୁ ଆସିବ ଏବଂ ଆଇନ ମୁତାବକ କାର୍ଯ୍ୟାନୁଷ୍ଠାନ ହେବ ବୋଲି ପୋଲିସ କହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.