ପ୍ରମୂଖ ଖବର
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ଡେଙ୍ଗ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ଅଭିଯୋଗ, ବିଇଓ କହିଲେ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ

Published By : Rasmita Pradhan | July 31, 2025 11:41 AM

ସଇଁତଳା, ୩୧/୦୮ : ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଡେଙ୍ଗ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ଅଭିଯୋଗ। ବିଇଓଙ୍କ ନିକଟରେ ଏନେଇ ଲିଖିତ ଅଭିଯୋଗ ହୋଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଇଓ କହିଛନ୍ତି।

ସୂଚନାନୁଯାୟୀ, ଦୀର୍ଘ ବର୍ଷ ହେଲା ସଇଁତଳା ସହରର ମା ବସ୍ତ୍ରେନ ଏସଏଚଜି ମହିଳା ଗ୍ରୁପ୍ ଡେଙ୍ଗ ସ୍କୁଲର ମଧ୍ୟାନ୍ନ ଭୋଜନ ଦାୟିତ୍ୱ ଦିଆଯାଇଥିଲା। ହେଲେ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଖାଦ୍ୟ ଦିଆଯାଉନଥିବାରୁ ଛାତ୍ରଛାତ୍ରୀମାନେ ସ୍କୁଲରେ ନଖାଇ ଘରକୁ ଯାଉଥିଲେ। ତେଣୁ ଏହି ଏସଏଚଜି ଗ୍ରୁପ୍‌କୁ ଦାୟିତ୍ଵରୁ ହଟାଇ ନୂତନ ଗ୍ରୁପ୍‌କୁ ଦାୟିତ୍ଵ ଦେବା ପାଇଁ ବିଇଓଙ୍କ ନିକଟରେ ଅଭିଯୋଗ ହୋଇଛି । ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ କୁମାର ଯୋଶୀ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.