ପ୍ରମୂଖ ଖବର
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

'ପୁଷ୍ପା 2' ସ୍କ୍ରିନିଂରେ ମହିଳା ମୃତ୍ୟୁ ଘଟଣା, ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ

Published By : Anindita | December 13, 2024 1:11 PM

ନୂଆଦିଲ୍ଲୀ, ୧୩/୧୨:  ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ।  'ପୁଷ୍ପା ୨' ସ୍କ୍ରିନିଂ ସମୟରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ତାଙ୍କୁ ଗିରଫ କରାଯାଇଛି । ହାଇଦ୍ରାବାଦର ଚ଼ିକ୍କଡପଲ୍ଲୀ ପୋଲିସ ଅଭିନେତାରେ ବିରୋଧରେ ଏକ ମାମଲା ରୁଜୁ କରିଥିବା ବେଳେ ତାଙ୍କୁ ଆଜି ଗିରଫ କରିଛି। 

ସୂଚନା ମୁତାବକ, ଡିସେମ୍ବର ୪ ତାରିଖ ରାତିରେ ଅଲ୍ଲୁ ଅର୍ଜୁନ ତାଙ୍କର ଚଳଚ୍ଚିତ୍ର 'ପୁଷ୍ପା ୨: ଦ ରୁଲ'ର ପ୍ରିମିୟର ସୋ ଦେଖିବା ପାଇଁ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ପହଞ୍ଚିଥିଲେ। ଏହି ସମୟରେ ସୋ ପାଇଁ ସେ ବ୍ୟକ୍ତିଗତ ସୁରକ୍ଷା ସହିତ ଥିଏଟରରେ ପହଞ୍ଚିଥିଲେ। ଆଉ ତାଙ୍କ ଝଲକ ପାଇବା ପାଇଁ ସନ୍ଧ୍ୟା ଥିଏଟରରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା। ଜନତାଙ୍କୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ପୋଲିସ ଲାଠି ଚାର୍ଜ କରିଥିଲେ।ଆଉ ଏହି ସମୟରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କର ୮ ବର୍ଷର ପୁଅ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଏନେଇ ଡିସେମ୍ବର ୫ରେ ମୃତ ମହିଳାଙ୍କ ପରିବାର ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ଚିକ୍କାଡପଲି ପୋଲିସ ଷ୍ଟେସନ ପୁଷ୍ପା ତାରକା ଅଲ୍ଲୁ ଅର୍ଜୁନ, ତାଙ୍କ ସୁରକ୍ଷା ଟିମ ତଥା ଥିଏଟର ମ୍ୟାନେଜରଙ୍କ ବିରୋଧରେ ମାମଲା ରୁଜୁ କରିଥିଲା । ଆଦି ଅଭିନେତାଙ୍କୁ ଗିରଫ କରିଛି। 


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.