ଭୁବନେଶ୍ୱର ୨୪/୦୨: ବର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ। ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ମୃତ୍ୟୁବରଣ କରିଛନ୍ତି। ୭ ଜଣଙ୍କ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରେ ୬ ଜଣ ଏବଂ କଟକରୁ ଜଣେ ରହିଛନ୍ତି। ସେହିପରି ଆମ ବସ୍ ଦୁର୍ଘଟଣାରେ ବର୍ଷକ ମଧ୍ୟରେ ୮ ଜଣ ଗୁରୁତର ହୋଇଛନ୍ତି। ସର୍ବାଧିକ ଭୁବନେଶ୍ୱର ୪ ଜଣ ଗୁରୁତର ହୋଇଥିବା ବେଳେ ପୁରୀ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁର ରେ ଜଣେ ଲେଖାଏଁ ଗୁରୁତର ହୋଇଛନ୍ତି।ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।'
ଆହୁରି ପଢ଼ନ୍ତୁ :- ଲିଭୁନି ଲିଙ୍ଗିପୁର ସୁପରମାର୍ଟ ନିଆଁ, ତରଳିଗଲାଣି ରଡ୍, ଭୁଶୁଡ଼ିଯିବ ବିଲ୍ଡିଂ
ଦୁର୍ଘଟଣା ରୋକିବକୁ ଏହି ବର୍ଷକ ମଧ୍ୟରେ ୨୮ ହଜାର ୭୦୦ ଥର ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଛି।ତାହା ସହ ସ୍ପିଡ଼ ଲିମିଟକୁ ମଧ୍ୟ ଫିକ୍ସ କରାଯାଇଛି । ଇଲେକ୍ଟ୍ରିକ ବସ୍ ଗୁଡ଼ିକର ବେଗ ୩୫ କିମି ମଧ୍ୟରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଡ଼ିଜେଲ ବସ୍ର ବେଗ ୪୦ କିମି ଓ ରାଜପଥରେ ଚାଲୁଥିବା ଆମ ବସ୍ ଗୁଡ଼ିକର ବେଗ ୫୦ କିମି ଭିତରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।