ପ୍ରମୂଖ ଖବର
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଭୁବନେଶ୍ଵରରେ ଆମ ବସ୍ ସେବା ଠପ୍, କଣ୍ଡକ୍ଟର ଓ ଡ୍ରାଇଭରଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ

Published By : Prameya | May 13, 2025 10:26 AM

ଭୁବନେଶ୍ଵର, ୧୩/୦୫ : ଭୁବନେଶ୍ଵରରେ ଆମ ବସ୍ ସେବା ଠପ୍। ବିନା କାରଣରେ ବସ୍ କଣ୍ଡକ୍ଟର ଓ ଡ୍ରାଇଭରଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ। ସବୁ ବସ୍ ଡିପୋରେ ବସ୍ ରଖି ସୁରକ୍ଷା ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ବସ୍ କଣ୍ଡକ୍ଟର ଓ ଡ୍ରାଇଭର। ସହରରେ ବସ୍ ସେବା ବନ୍ଦ ହୋଇଯିବା ଯୋଗୁଁ ଯାତ୍ରୀ ହନ୍ତସନ୍ତ। 

ସେମାନଙ୍କ ଅଭିଯୋଗ ଅନୁଯାୟୀ, ବିଭିନ୍ନ ସମୟରେ ଆମ ବସ୍ କର୍ମଚାରୀଙ୍କୁ ଲୋକମାନେ ମରଣାନ୍ତକ ଆକ୍ରମଣ କରୁଛନ୍ତି। ଗତକାଲି ମଧ୍ୟ ପ୍ରେସ୍ ଛକରେ ଏଭଳି ଏକ ଘଟଣା ଘଟିଥିଲା। ଏନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। ତେଣୁ ରାଜ୍ୟ ସରକାର ସୁରକ୍ଷା ଦେଲେ ସେମାନେ ଗାଡି ଚଳାଇବେ, ନହେଲେ ଗାଡି ଗଡିବ ନାହିଁ ବୋଲି ସଫା ସଫା କହିଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର। ସେପଟେ କ୍ରୁଟ ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଏପର୍ଯ୍ୟନ୍ତ କୌଣସି ସମାଧାନର ବାଟ ବାହାରିପାରି ନାହିଁ। ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏହି ଖବରଟିକୁ ପଢନ୍ତୁ-ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, କଡ଼ା ସୁରକ୍ଷାରେ ହାଜର ହେଲା ପୁଞ୍ଜିଲାଲ, ଆଜି ଶେଷ ପର୍ଯ୍ୟାୟ ଶୁଣାଣି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.