ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ୩ ଖେଳାଳିଙ୍କୁ ଚୀନ୍ ଦେଲାନି ଏସିଆନ୍ ଗେମ୍ସରେ ଏଣ୍ଟ୍ରି
  • ||
  • କଟକ: କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||
  • ଏବେ ସୁଦ୍ଧା ବାତ୍ୟା ସୂଚନା ନାହିଁଁ, ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା:IMD ଡିଜି
  • ||
  • ରିଆମାଳ: ସାତକିଆରୀ ଡ୍ୟାମ୍‌ର ହ୍ୟୁମ ପାଇପ୍‌ରୁ ବାହାରୁଛି ଅସହ୍ୟ ଦୁର୍ଗନ୍ଧ, ପଚା ଶବ ଥିବା ସନ୍ଦେହ
  • ||
  • ଚଣ୍ଡୀଗଡ଼: ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଅଷ୍ଟ୍ରେଲିଆ
  • ||
  • ଭୁବନେଶ୍ୱର: ରାଜଧାନୀରେ ଗର୍ଜିଲେ ଆଙ୍ଗନବାଡ଼ି ଦିନ, ୧୦ ଦଫା ଦାବି ନେଇ ଆନ୍ଦୋଳନ
  • ||
  • କଟକ: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍ ଯଦୁମଣି ମାଝୀ, ୪ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଟିମ୍
  • ||
  • ପୁରୀ: ୨୪ରୁ ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ, କଟକ ଦେଇ ଚାଲିବ ଟ୍ରେନ୍‌
  • ||
  • ଭୁବନେଶ୍ୱର; ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଲେ ପ୍ରମିଳା ମଲ୍ଲିକ
  • ||
  • ଭୁବନେଶ୍ୱର: ମାୟାବିନୀ ଇରାନୀର ହନିଟ୍ରାପ୍‌ ମାମଲା: ବାପିର ରିମାଣ୍ଡ ସରିଲା, ଏଥର ଇରାନୀ ପାଳି, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ମାଗିଲା ପୁଲିସ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ପୁଣି ୫ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ୨୧୧ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା
  • ||
  • କଣାସ : ଡ଼ଙ୍ଗା ନେଇ ଚିଲିକାକୁ ଯିବାବେଳେ ଅଘଟଣ, ମତ୍ସ୍ୟଜୀବୀ ନିଖୋଜ
  • ||
  • ଚନ୍ଦ୍ରର ଦକ୍ଷିଣ ମେରୁରେ ଉଇଁଲା ସୂର୍ଯ୍ୟ: ଆଜି ବିକ୍ରମ, ପ୍ରଜ୍ଞାନର ନିଦ ଭାଙ୍ଗିବ !ଯୋଗାଯୋଗ ପାଇଁ ଚେଷ୍ଟା କରିବ ଇସ୍ରୋ
  • ||
  • ଭୁବନେଶ୍ୱର:ଆଜିଠୁ ବିଧାନସଭା ଅଧିବେଶନ, ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ: ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍
  • ||
  • ଭୁବନେଶ୍ୱର: ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା! ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ, ଆଣିପାରେ ପ୍ରବଳ ବର୍ଷା
  • ||

କୁଯାଯାନୀଗୁଡା ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟରେ ଆମେ ଜାଣିବା ଆମେ ଜିତିବା କାର୍ଯ୍ୟକ୍ରମ

ତେନ୍ତୁଳିଖୁଣ୍ଟି, ୦୮।୦୯ : ତେନ୍ତୁଳିଖୁଣ୍ଟି ବ୍ଳକ କୁଯାଯାନୀଗୁଡା ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟଠାରେ ଆଜି ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ଆମେ ଜାଣିବା ଆମେ ଜିତିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ପ୍ରଧାନ ଶିକ୍ଷକ ରୋମଣି ରଞ୍ଜନ ଗରଡ଼ାଙ୍କ ପୌରହିତ୍ୟରେ କାର୍ଯ୍ୟକ୍ରମଟି ଶୁଭାରମ୍ଭ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଇଓ ମଧୁସୂଦନ ବାଘ, ଗରାଚାନ୍ଦ ତ୍ରିପାଠୀ, WEO ଜଗମୋହନ ମାଝି, ସିଡିପିଓ, ବିଦ୍ୟାଳୟ କମିଟିର ସଦସ୍ୟ ସହ ଅଭିଭାବକ ଛାତ୍ରଛାତ୍ରୀଙ୍କ ଉପସ୍ଥିତରେ ଉଦଘାଟିତ ହୋଇଥିଲା। 

ତେନ୍ତୁଳିଖୁଣ୍ଟି ବିଡିଓ ମୋନଜ କୁମାର ପାଣିଗ୍ରାହୀ ଯୋଗଦେଇ ଛାତ୍ରଛାତ୍ରୀ ଅଭିଭାବକଙ୍କ ସହ ଷ୍ଟଲ ବୁଲିବା ସହ ଯୋଜନା ଗୁଡିକ ବିଷୟରେ ବୁଝାଇଥିଲେ । ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ହଷ୍ଟେଲରେ କିଭଳି ଭଲ ଖାଇବା ପିନ୍ଧିବା ସହିତ ଉଚ୍ଚ ମାନର ଶିକ୍ଷା ଦେବାର ବ୍ୟବସ୍ଥା କରିଛନ୍ତି ସେନେଇ ମଞ୍ଚାସୀନ ଅତିଥିମାନେ ବୁଝାଇଥିଲେ । ଅବିଭାବକମାନଙ୍କୁ ଆହ୍ୱାନ ଦେଇଥିଲେ କି ସେମାନେ ନିଜ ପିଲାମାନଙ୍କୁ ନିୟମିତ ସ୍କୁଲକୁ ପଠାଇବା ପାଇଁ ଯତ୍ନବାନ ହେବେ । ସରକାର ଆଦିବାସୀ ହରିଜନ ଛାତ୍ରୀଛାତ୍ରମାନଙ୍କ ପାଠପଢ଼ା ପାଇଁ ଅନେକ ସୁବିଧା କରିଛନ୍ତି ଏହାର ସୁଯୋଗ ନେବା ପାଇଁ ଅଭିଭାବକ ମାନଙ୍କୁ ବୁଝାଇଥିଲେ । 

ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ କୁଇଜ ଖେଳକୁଦ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରଯାଇଥିଲା । କାର୍ଯ୍ୟକ୍ରମରେ ବ୍ଲକ ସମ୍ମନ୍ନିତ ଶିଶୁ ବିକାଶ ବିଭାଗ, ବ୍ଲକର ମନରେଗା ବିଭାଗ, ମିଶନ ଶକ୍ତି, ଆଇଟିଡିଏ ପକ୍ଷରୁ ଷ୍ଟଲ ନିର୍ମାଣ କରାଯାଇ ବିଭାଗୀୟ ବିଭିନ୍ନ ସୂଚନା ଛାତ୍ରଛାତ୍ରୀ ଓ ଅବିଭାବକମାନଙ୍କୁ ସୂଚିତ କରଯାଇଥିଲା। ଏହି ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳା ସହ ଶେଷ ହୋଇଥିଲା।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.