ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପୂର୍ବ ଯୋଜନା ଅନୁସାରେ ସବୁକିଛି ହେଉଛି, ଏକାନଥ ସିନ୍ଦେ ମନ ଦୁଃଖ କରିବାର କାରଣ ନାହିଁ: ଶାହ

Published By : Tapas Panda | December 14, 2024 10:19 PM

ନୂଆଦିଲ୍ଲୀ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ପୁଣି ଥରେ ସୁଯୋଗ ନମିଳିବାରୁ ଏକନାଥ ସିନ୍ଦେ ଦୁଃଖି ଥିବା ଦାବିକୁ ଖଣ୍ଡନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏହା ସହ ମନ୍ତ୍ରୀ ପଦ ଆବଣ୍ଟନକୁ ନେଇ ମଧ୍ୟ ସିନ୍ଦେ ଦୁଃଖିତ ନାହାନ୍ତି ବୋଲି କହିଛନ୍ତି ଶାହ । ସେ କହିଛନ୍ତି, ‘ଏଭଳି କୌଣସି କାରଣ ନାହିଁ ଯେଉଁଥିପାଇଁ ସିନ୍ଦେ ମନ ଦୁଃଖ କରିବେ । 

ବିଜେପି ମହାରାଷ୍ଟ୍ରରେ ସବୁଠୁ ଅଧିକ ଆସନରେ ବିଜୟୀ ହୋଇଛି । ପୂର୍ବ ସରକାରରେ ଅଧିକ ଆସନ ପାଇବା ସତ୍ତ୍ବେ ଆମେ ଏକନାଥ ସିନ୍ଦେଙ୍କୁ ମୁଖ୍ୟମନ୍ତ୍ରୀ କରାଇଥିଲୁ । ଗତ ଅଢ଼େଇ ବର୍ଷ ହେଲା ଆମେ ତାଙ୍କୁ ନିଃସ୍ବାର୍ଥପର ଭାବରେ ସମର୍ଥନ କରିଛୁ ।’ ଆଜତକ୍‌ର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଶାହ କହିଛନ୍ତି, ନିର୍ବାଚନୀ ଫଳକୁ ନେଇ ମୁଖ୍ୟମନ୍ତ୍ରୀ ଚୟନ ହେବ ବୋଲି ପୂର୍ବରୁ ସ୍ଥିର ହୋଇଥିଲା । ମହାରାଷ୍ଟ୍ର କ୍ୟାବିନେଟ ଆବଣ୍ଟନକୁ ନେଇ କୌଣସି ପ୍ରକାର ବିବାଦ ନାହିଁ । ଯୋଜନା ମୁତାବକ ସବୁ କାମ ହେଉଛି । ମହାବିକାଶ ଅଘାଡ଼ି ସରକାର ତୁଳନାରେ କମ୍‌ ଦିନରେ ଆମେ ରାଜ୍ୟରେ ସରକାର ଗଠନ କରିଛୁ ବୋଲି ଶାହ କହିଛନ୍ତି । 

ସେପଟେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ ରବିବାର ସନ୍ଧ୍ୟାରେ ହେବ । ୩୦-୩୨ ମହାୟୁତି ବିଧାୟକ ମନ୍ତ୍ରୀ ପଦର ଶପଥ ନେବେ ବୋଲି କୁହାଯାଉଛି । ନିକଟରେ ମହାରାଷ୍ଟ୍ରର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ୍‌   ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ନୂଆଦିଲ୍ଲୀରେ ସାକ୍ଷାତ କରିଥିଲା । ଏହି ସମୟରେ ମହାରାଷ୍ଟ୍ର କ୍ୟାବିନେଟ୍‌ର ରୂପରେଖକୁ ନେଇ ଆଲୋଚନା ହୋଇଥିଲା । କିନ୍ତୁ ଏହି ବୈଠକରେ ଏକନାଥ ସିନ୍ଦେ ସାମିଲ ହୋଇନଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.