ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

୧୦ରେ ଓଡ଼ିଶା ଆସିବେ ଅମିତ ଶାହ, ଶ୍ରୀଜଗନ୍ନାଥଙ୍କ ଦର୍ଶନ ସହ ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

Published By : Rasmita Pradhan | May 3, 2025 8:29 AM

ଭୁବନେଶ୍ୱର, ୦୩/୦୫ : ଆସନ୍ତା ୧୦ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଏହି ଗସ୍ତ ସମୟରେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। 

ସୂଚନାନୁଯାୟୀ, କେନ୍ଦ୍ର ଗୃହମନ୍ତ୍ରୀ ୧୦ରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସେଠାରୁ ସେ ସିଧାସଳଖ ଜଟଣୀ ଯିବେ । ଜଟଣୀରେ ଫରେନ୍‌ସିକ୍‌ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ । ସେହିଦିନ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ୧୧ ତାରିଖରେ ଶାହ ସମ୍ବଲପୁର ଯାଇ ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଶିଳାନ୍ୟାସ କରିବେ । ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା ମଧ୍ୟ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଫେରି ସେ ଭୁବନେଶ୍ୱର ଜନତା ମଇଦାନରେ ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ ଏବଂ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ୧୧ ସନ୍ଧ୍ୟାରେ ସେ ନୂଆଦିଲ୍ଲୀ ଫେରିବେ । ଶାହଙ୍କ ଏ ଗସ୍ତକୁ ନେଇ ବିଜେପି କ୍ୟାମ୍ପରେ ବେଶ ତତ୍ପରତା ପ୍ରକାଶ ପାଇଛି।

ଏହି ଖବରଟିକୁ ପଢନ୍ତୁ-ରାୟଗଡ଼ାରେ ଡବଲ୍‌ ମର୍ଡର, ଜମିଜମା ବିବାଦକୁ ନେଇ ହତ୍ୟା ହୋଇଥିବା ସନ୍ଦେହ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.