ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ବଦଳିଲା ଶାହଙ୍କ ଓଡ଼ିଶା ଗସ୍ତ ସୂଚୀ, ୧୦ରେ ସମ୍ବଲପୁର ଏବଂ ୧୧ରେ ଭୁବନେଶ୍ୱରରେ ସଭା

Published By : Rasmita Pradhan | May 6, 2025 1:52 PM

ଭୁବନେଶ୍ୱର/ସମ୍ବଲପୁର/ବୁର୍ଲା, ୦୬/୦୫ : ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି । ସେ ଆସନ୍ତା ୧୧ ତାରିଖରେ ସମ୍ବଲପୁର ଗସ୍ତରେ ଆସି ଭିମ୍‌ସାର୍‌ ସୁପର୍‌ ସ୍ପେସାଲିଟି ହସ୍ପିଟାଲ ଉଦ୍‌ଘାଟନ କରିବାର ଥିଲା। ମାତ୍ର ନୂଆ ସୂଚୀ ଅନୁସାରେ ସେ ଦିନକ ପୂର୍ବରୁ ୧୦ରେ ସମ୍ବଲପୁରରେ ପହଞ୍ଚି ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ । ପରେ ଭିମସାର୍‌ ସୁପର ସ୍ପେସାଲିଟି ହସ୍ପିଟାଲ୍‌ର ଉଦଘାଟନ କରିବେ । ସମ୍ବଲପୁରରେ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ । ସମ୍ୱଲପୁର ଗସ୍ତ ସାରି ଭୁବନେଶ୍ୱର ଆସିବେ ଶାହା । ଜଟଣୀରେ ଫୋରେନ୍‌ସିକ୍‌ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ । ସେହିଦିନ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁରୀରେ ରାତ୍ରିଯାପନ କରିବେ । ୧୧ ତାରିଖରେ ଶାହ ପୁଣି ଭୁବନେଶ୍ୱର ଫେରି ଜନତା ମଇଦାନରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ। 

ଏହି ଅବସରରେ ୫ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି । ଏଥିସହ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ସହ ଡବଲ ଇଞ୍ଜିନ ସରକାରରେ ହେଉଥିବା ବିକାଶ କାର୍ଯ୍ୟ ନେଇ ସମୀକ୍ଷା କରିବେ । ବିଜେପି ଶିବିର ଶାହଙ୍କ ଗସ୍ତକୁ ନେଇ ବେଶ ଉତ୍ସାହିତ ରହିଛି ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ କହିଛନ୍ତି । ଶ୍ରୀ ଶାହଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ସୋମବାର ରାଜ୍ୟ ବିଜେପି ପକ୍ଷରୁ ପ୍ରସ୍ତୁତି ବୈଠକ କରାଯାଇଛି । ବିଜେପି ରାଜ୍ୟ ସଭାପତି ମନମାହନ ସାମଲଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ନେଇ ଆଲୋଚନା ହୋଇଥିଲା । 

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ୪ ସାଂସଦ, ବିଧାୟକ ଉପସ୍ଥିତ ଥିଲେ । ସେହିପରି ଅନେକ ଦଳୀୟ ପଦାଧିକାରୀ ମଧ୍ୟ ଯୋଗ ଦେଇଥିଲେ । ତେବେ ୧୦ ତାରିଖରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶାହ ଛତିଶଗଡ଼ କାର୍ଯ୍ୟକ୍ରମ ସାରି ସ୍ୱତନ୍ତ୍ର ବିମାନରେ ଝାରସୁଗୁଡ଼ାରେ ପହଞ୍ଚିବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ସମ୍ବଲପୁର ଆସିବାର କାର୍ଯ୍ୟକ୍ରମ ରହିଛି ।

ଏହି ଖବରଟିକୁ ପଢନ୍ତୁ-ମମତାଙ୍କ ମନମାନୀ : ଦୀଘାରେ ପୁଣି ଲାଗିଲା ସ୍ଥାୟୀ 'ଜଗନ୍ନାଥ ଧାମ' ହୋର୍ଡିଂ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.