ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ

Published By : Harapriya Sethi | October 6, 2024 8:31 AM

କୋଣାର୍କ,୦୬/୧୦: ଶବକୁ ଅସମ୍ମାନ । ମୃତଦେହକୁ ଘରକୁ ନେବା ପାଇଁ ମିଳିଲାନି ଆମ୍ୱୁଲାନ୍ସ । ଟ୍ରଲିରେ ବୁହା ହେଲା ଶବ । ମୃତକ ଗୋପ ସନିକଟ ମେଡିକାଲ ପଛପଟେ ତଳସାହି ଗ୍ରାମର ପୂର୍ଣ୍ଣ ଚନ୍ଦ୍ର ଭୋଇ (୬୨ ବର୍ଷ) ବୋଲି ଜଣାପଡ଼ିଛି । ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗୋପ ବ୍ଲକ ଗୋପ ଅଞ୍ଚଳରେ ।

ସୂଚନା ମୁତାବକ, ପୂର୍ଣ୍ଣ ଚନ୍ଦ୍ର ଭୋଇ ଶୌଚ ହେବାକୁ ଯାଇଥିବା ବେଳେ ସେଠାରେ ପଡ଼ିଯାଇଥିଲେ । ସେଠାରୁ ତୁରନ୍ତ ପରିବାର ଲୋକେ ତାଙ୍କୁ ପାଖରେ ଥିବା ଗୋପ ଗୋଷ୍ଠିସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ପରିବାର ଲୋକେ ଶବକୁ ଘରକୁ ନେବାପାଇଁ  ଆମ୍ଭୁଲାନ୍ସର ସାହାଯ୍ୟ ମାଗିଥିଲେ । କିନ୍ତୁ ଡାକ୍ତର ତାଙ୍କୁ ମେଡିକାଲରେ ଗାଡିର ସୁବିଧା ନାହିଁ ବୋଲି ମନା କରିଦେଇଥିଲେ । ପରେ ପରିବାର ଲୋକେ ଟ୍ରଲିରେ ବୋହି ଶବକୁ ଘରକୁ ନେଥିବାର କହିଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.